www.samajalive.in
Thursday, December 11, 2025
16.1 C
Bhubaneswar

ମୋବାଇଲରେ ହେବ ଜଳସେଚନ ସମସ୍ୟା ସମାଧାନ; ଚାଷୀ ଓ ବିଭାଗକୁ ଏକାଠି କଲା ୫-ଟି କାର୍ଯ୍ୟକ୍ରମ

ଜଳସଂପଦ ବିଭାଗର ୪ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କର ଲୋକପ୍ରିୟ ୫-ଟି କାର୍ଯ୍ୟକ୍ରମ ଆଜି ଚାଷୀ ଓ ଜଳସଂପଦ ବିଭାଗକୁ ସିଧାସଳଖ ଯୋଡି ପାରିଛି।। ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀ ଜଳସେଚନ ସମସ୍ୟା ସଂପର୍କରେ ସିଧା ଜଣାଇପାରିବେ ଜଳସଂପଦ ବିଭାଗକୁ ଜଳସେଚନ ସମସ୍ୟା ପାଇଁ ଚାଷ କାମ ଛାଡି ଆଉ ଚାଷୀ କୁ ଅଫିସକୁ ଦୌଡିବାକୁ ଦରକାର ହେବ ନାହିଁ ।  ମୋବାଇଲ ଫଟୋରୁ ହେବ ସମସ୍ୟାର ସମାଧାନ। ଏହି ନୂଆ ବ୍ୟବସ୍ଥାର ନାମ ‘ସେଚ ସମାଧାନ’ ।  ବିଜୁ କୃଷକ ଯୋଜନାରେ ଗୋଷ୍ଠୀ ଉଠାଜଳସଚେନ ପ୍ରକଳ୍ପ ପାଇଁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା, ଶିଳ୍ପସଂସ୍ଥା ମାନଙ୍କ ପାଇଁ ଜଳ ଆବଣ୍ଟନ ଆବେଦନ ପକ୍ରିୟା ଏବଂ ବ୍ୟବସାୟିକ ଓ ଅନ୍ୟ ସଂସ୍ଥା ପାଇଁ ଆବେଦନ ପୋର୍ଟାଲ ଏହିପରି ୪ଟି ଗୋଟି ଅନ୍‌ଲାଇନ ସେବା ବ୍ୟବସ୍ଥାର ଶୁଭାରମ୍ଭ ଆଜି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଦ୍ବାରା ସଂପାଦିତ ହୋଇଛି ।

- Advertisement -

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଚାଷୀମାନେ ହେଉଛନ୍ତି ଜଳସଂପଦ ବିଭାଗର ସର୍ବବୃହତ ହିତାଧିକାରୀ। ତେଣୁ ଏହି ଅନ୍‌ଲାଇନ ସେବା ଚାଷୀମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ ଦିଗରେ ବିଶେଷ ସହାୟକ ହେବା ସହିତ ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଦ୍ବାରା ବିଭାଗକୁ ଅଧିକ ଉତ୍ତରଦାୟୀ ଓ ସ୍ବଚ୍ଛ ସେବା ପ୍ରଦାନରେ ସହାୟକ ହେବ। ଏହାସହିତ ବିଜୁ କୃଷକ ଯୋଜନାର ଆବେଦନ ପ୍ରକ୍ରିୟାକୁ ମଂଜୁର କରିବାରେ ମଧ୍ୟ ସମୟୋଚିତ ପଦକ୍ଷେପ ନିଆଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେହିପରି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟିକ ପ୍ରତିଷ୍ଠାନ ମାନଙ୍କ ପାଇଁ କରାଯାଇଥିବା ଅନ୍ ଲାଇନ ସେବା ମଧ୍ୟ ସେମାନଙ୍କ ପାଇଁ ବିଶେଷ ଉପଯୋଗୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିବା ସହିତ ଲୋକଙ୍କୁ ନିଜ ଘର ପାଖରେ ସରକାରୀ ସେବା ଯୋଗାଇବା ପାଇଁ ଥିବା ଲକ୍ଷ୍ୟ ପୂରଣରେ ଏହା ସହାୟକ ହୋଇପାରିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ।ଏହି ସେବା ବିଷୟରେ ବହୁଳ ଜନସଚେତନତା ଊପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ।

ଏହି ଅବସରରେ ଜଳସଂପଦ ବିଭାଗ ପକ୍ଷରୁ ଅନ୍ୟତମ ୫-ଟି ଲକ୍ଷ୍ୟ ଡିଜିଟାଲ ମଷ୍ଟର ରୋଲ୍‌ ପ୍ରସ୍ତୁତି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ଜଳସଂପଦ ତଥା ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରଶାସନକୁ ଅଧିକ ଦକ୍ଷ ଓ ଉତ୍ତରଦାୟୀ କରିବା ପାଇଁ ଜଳସଂପଦ ବିଭାଗ ଡ଼ିଜିଟାଲ ଟେକନୋଲୋଜି ଦ୍ବାରା ମୁଖ୍ୟମନ୍ତ୍ରୀଙ୍କ ୫-ଟି ଲକ୍ଷ୍ୟ ପୂରଣ କରିବା ସହିତ ଚାଷୀ ମାନଙ୍କୁ ଉନ୍ନତ ସେବା ଯୋଗାଇଦେବ ବୋଲି ଶ୍ରୀ ଦାସ ପ୍ରକାଶ କରିଥିଲେ । ଜଳସଂପଦ ବିଭାଗର ପ୍ରମୁଖ ସଚିବ  ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗୀୟ ଯନ୍ତ୍ରୀମୁଖ୍ୟ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କୃଷି ବିଭାଗର ପ୍ରମୁଖ ସଚିବ, ଶିଳ୍ପ ବିଭାଗର ପ୍ରମୁଖ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ପ୍ରମୁଖ ଉପସ୍ଥିତ ଥିଲେ ।

ଆଜି ଲୋକାର୍ପିତ ଅନ୍‌ ଲାଇନ ଅଭିଯୋଗ ପରିଚାଳନା ବ୍ୟବସ୍ଥା ସେଚ ସମାଧାନ ଏକ ଦ୍ବିଭାଷୀୟ ମୋବାଇଲ ଆପ୍‌ । ଏହି ପଦ୍ଧତିରେ ଚାଷୀ ଜଳସଂପଦ ବିଭାଗ ଅଫିସକୁ ନ ଆସି ତାଙ୍କ ଅଭିଯୋଗ ଫଟୋ ବା ଭିଡିଓ ମୋବାଇଲ ଜରିଆରେ ପଠାଇଲେ, ତାଙ୍କୁ ଅଭିଯୋଗର ସ୍ଥିତି ସଂପର୍କରେ SMS ଜରିଆରେ ସୂଚନା ଦିଆଯିବ ଏବଂ ସମସ୍ୟାର ସମାଧାନ ପାଇଁ ତ୍ବରିତ ପଦକ୍ଷେପ ଗ୍ରହଣ କରାଯାଇପାରିବ। ସେହିପରି ବିଜୁ କୃଷକ ବିକାଶ ଯୋଜନାରେ ଗୋଷ୍ଠୀ ଉଠାଜଳସଚେନ ପ୍ରକଳ୍ପ ପାଇଁ ହୋଇଥିବା ଅନ୍ ଲାଇନ୍ ଆବେଦନ ପ୍ରକ୍ରିୟା ଦ୍ବାରା ଚାଷୀମାନେ ସରକାରୀ ଅଫିନ ନ ଆସି, ନିଜ ମୋବାଇଲ ଫୋନ୍‌, କମ୍ପୁଟର କିମ୍ବା ଜନସେବା କେନ୍ଦ୍ରରୁ ଆବେଦନ କରିପାରିବେ।

ସେହିପରି ଶିଳ୍ପ କ୍ଷେତ୍ରକୁ ଜଳ ଆବଣ୍ଟନ ପାଇଁ ଜଳସଂପଦ ବିଭାଗ ତରଫରୁ Go Swift ପୋର୍ଟାଲକୁ ବିକଶିତ କରାଯାଇଛି। ଏହା ଜରିଆରେ ସେମାନେ ଅନ୍‌ ଲାଇନ ଆବେଦନ କରିପାରିବେ। ବାଣିଜ୍ୟିକ ଓ ଅନ୍ୟ ସଂସ୍ଥା ପାଇଁ ଜଳ ଆବେଣ୍ଟନ ପାଇଁ ମଧ୍ୟ ଜଳସଂପଦ ବିଭାଗ ତରଫରୁ ଅନ୍‌ଲାଇନ ପୋର୍ଟାଲ water allocationod.nic.in ବିକଶିତ କରାଯାଇଛି ।ଏହି ପୋର୍ଟାଲ ଜରିଆରେ ଆବେଦନକରୀ ମାନଙ୍କୁ ଜଳର ଆବଣ୍ଟନ, ପରିମାଣ ହ୍ରାସ ବୃଦ୍ଧି ଇତ୍ୟାଦି ବିଷୟରେ ବିଭାଗ ତରଫରୁ ଅବଗତ କରାଯାଇପାରିବ ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories