www.samajalive.in
Tuesday, December 9, 2025
16.1 C
Bhubaneswar

ମହିଳା ଓ ନାବାଳିକାଙ୍କୁ ସୁରକ୍ଷା ଯୋଗାଇବା ଦିଗରେ କାର୍ଯ୍ୟ କରିବ ମହିଳାମୋର୍ଚ୍ଚା 

ଭୁବନେଶ୍ୱର: ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ଭାବେ  ସ୍ମୃତି ପଟ୍ଟନାୟକ ଆଜି ରାଜ୍ୟ କାର୍ଯ୍ୟାଳୟରେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ବିଗତ ଦିନରେ ତାଙ୍କୁ ବିଜେପି ସଭାନେତ୍ରୀ ଭାବେ ଦାୟୀତ୍ୱ ଦିଆଯାଇଥିଲା। କରୋନା ସଙ୍କଟ ଏବଂ ବାଲେଶ୍ୱର ଓ ତିର୍ତୋଲ ଉପନିର୍ବାଚନ ଥିବାରୁ ଶ୍ରୀମତୀ ପଟ୍ଟନାୟକ ବିଭିନ୍ନ ସାଙ୍ଗଠନିକ ଦାୟିତ୍ୱ ତୁଲାଉଥିଲେ। ଏହି ଅବସରରେ ପୂର୍ବତନ ମହିଳା ମୋର୍ଚ୍ଚା ସଭାନେତ୍ରୀ ତଥା ଉପସଭାପତି ପ୍ରଭାତି ପରିଡା ଆନୁଷ୍ଠାନିକ ଭାବେ ନବ ନିଯୁକ୍ତ ସଭାନେତ୍ରୀ ଶ୍ରୀମତୀ ପଟ୍ଟନାୟକଙ୍କୁ କାର୍ଯ୍ୟଭାର ଅର୍ପଣ କରିଥିଲେ। ଏହି ଅବସରରେ ମହିଳା ମୋର୍ଚ୍ଚା କାର୍ଯ୍ୟକର୍ତାମାନେ ଶ୍ରୀମତୀ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବର୍ଦ୍ଧନା ଜଣାଇଥିଲେ।
ମହିଳାମାନେ ରାଜ୍ୟରେ ସୁରକ୍ଷିତ ନାହାଁନ୍ତି। ପ୍ରତିଦିନ ମହିଳାଙ୍କ ସହ ଅସଦାଚାରଣ ଘଟଣା ସାମ୍ନାକୁ ଆସୁଛି। ଅନେକ ଯୋଜନା ମହିଳାଙ୍କ ପାଇଁ ଲାଗୁ ହୋଇଥିଲେ ବି ସେମାନେ ସେମାନଙ୍କ ଅଧିକାରରୁ ବଂଚିତ ରହୁଛନ୍ତି। ଏହି ପରିପ୍ରେକ୍ଷୀରେ ଆଗାମୀ ଦିନରେ ମହିଳା ସଙ୍ଗଠନକୁ ତୃଣମୂଳ ସ୍ତରରେ ସଶକ୍ତ କରିବା, ମହିଳା ଓ ନାବାଳିକାଙ୍କୁ ସୁରକ୍ଷା ଯୋଗାଇବା ଦିଗରେ କାର୍ଯ୍ୟ କରିବା ସହ ମୋଦି ସରକାରଙ୍କ ମହିଳା କଲ୍ୟାଣ ଯୋଜନା ଗୁଡିକୁ ରାଜ୍ୟର ସମସ୍ତ ମହିଳାଙ୍କ ପାଖରେ ପହଂଚାଇବାକୁ ପ୍ରାଥମିକତା ଦିଆଯିବ ବୋଲି ଶ୍ରୀମତୀ ପଟ୍ଟନାୟକ କହିଛନ୍ତି।
ଏହି ଅବସରରେ ଉପସଭାନେତ୍ରୀ ଅନୀତା ଶୁଭଦର୍ଶିନୀ, ରାଜ୍ୟ ମୁଖପାତ୍ର ସୋନାଲି ସାହୁ, ଉପସଭାନେତ୍ରୀ କାନନବାଳା ପଟ୍ଟନାୟକ, ଐଶ୍ୱର୍ଯ୍ୟା ବିଶ୍ୱାଳ, କସ୍ତୁରୀ ମିଶ୍ର, ଇରାନୀ ରାୟ, ସୁବାସିନୀ ପୃଷ୍ଟି, ପଦ୍ମାବତୀ ଜେନା, ତୃପ୍ତି ମକଦ୍ଦମା, ଉନ୍ନତି ପରିଡା ଏବଂ ଶଶୀ ରଥଙ୍କ ସମେତ ମହିଳା କାର୍ଯ୍ୟକର୍ତା ପ୍ରମୁଖ ଉପସ୍ଥିତ ଥିଲେ।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories