www.samajalive.in
Thursday, December 11, 2025
18.1 C
Bhubaneswar

କୋଭିଡ୍‌-୧୯ ନିୟମ ଉ୍ଲଙ୍ଘନ: ୨୪ ଘଣ୍ଟାରେ ୨୩ ଗିରଫ, ୬୪୮ ଗାଡ଼ି ଜବତ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ଗୋଟିଏ ମାମଲା ଦାୟର କରାଯାଇଛି। ସେହିପରି କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ପୁଲିସ ପକ୍ଷରୁ ୨୩ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୬୪୮ଟି ଗାଡ଼ି ଜବତ ହୋଇଛି ଏବଂ ୨୦,୫୪,୦୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪୯,୮୪,୫୫୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୦୨,୭୯୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨,୮୮,୧୬୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୪୪୧ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୩,୧୩୧ ରହିଛି। ୧୩,୧୩୧ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି।
କୋଭିଡ୍‌-୧୯ରୁ ଆରୋଗ୍ୟ ପରେ ଗଞ୍ଜାମ ଜିଲ୍ଲା କୋଠାରସିଙ୍ଗିର ଏନ୍‌. ଡମ୍ବରୁ ରେଡ୍ଡି ଅନେକ ଥର ପ୍ଲାଜ୍‌ମା ଦାନ କରିଥିବାରୁ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ଭଲ ଲୋକମାନଙ୍କର ଏପରି ମହତ କାର୍ଯ୍ୟ ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇ ମହାମାରୀ ବିରୁଦ୍ଧରେ ଓଡ଼ିଶାର ସଂଗ୍ରାମକୁ ସଶକ୍ତ କରିବ ବୋଲି ସେ କହିଛନ୍ତି ।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories