www.samajalive.in
Sunday, December 7, 2025
23.1 C
Bhubaneswar

ଓଡ଼ିଆ ସିନେମାରେ ଗୀତ ଗାଇଲେ ଦୁଲେ ରାପର

ଭୁବନେଶ୍ଵର : ୟୁଟ୍ୟୁବ ସେନ୍ସେସନ ତଥା ଖପର ଘରର ରାପର ଭାବେ ପରିଚିତ କଳାହାଣ୍ଡିର ଦୁଲେଶ୍ଵର ତାଣ୍ଡି ଓରଫ ଦୁଲେ ରାପରଙ୍କୁ ଓଡ଼ିଆ ଚଳଚ୍ଚିତ୍ରର ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ତାଙ୍କ ଆଗାମୀ ଚଳଚ୍ଚିତ୍ର ପାଇଁ ଗୀତ ଗାଇବାର ସୁଯୋଗ ଦେଇଛନ୍ତି। ଦୁଲେ ରାପରଙ୍କ ସହିତ ସୁନ୍ଦରଗଡ଼ର ଝିଅ ସ୍ଵର୍ଣ୍ଣରେଖା ଏବଂ ଲୋକପ୍ରିୟ କଣ୍ଠଶିଳ୍ପୀ ଆଶୁତୋଷ ମଧ୍ୟ ଏହି ଗୀତରେ କଣ୍ଠଦାନ କରିଛନ୍ତି । ’ଜିଓ ଵାଲା ଆଣ୍ଟି ’ ଶୀର୍ଷକ ଏହି କମର୍ସିଆଲ ଗୀତଟିକୁ ଗୀତିକାର ସୁବ୍ରତ ସ୍ୱାଇଁ ରଚନା କରିଛନ୍ତି । ବୁଧବାର ଦିନ ଟଙ୍କପାଣି ରୋଡ଼ ସ୍ଥିତ ସ୍ମୃତି ଷ୍ଟଡିଓରେ ଦୁଲେ ରାପରଙ୍କ କଣ୍ଠରେ ଏହାକୁ ରେକର୍ଡ କରାଯାଇଛି । ଏହାକୁ ପ୍ରଯୋଜନା କରିଛନ୍ତି ସୁଶାନ୍ତ କୁମାର । ମ୍ୟୁଜିକ ମସ୍ତି ବ୍ୟାନରରେ ନିର୍ମିତ ନାମକରଣ ହୋଇନଥିବା ଆଗାମୀ ଚଳଚ୍ଚିତ୍ରରେ ଏହା ସ୍ଥାନ ପାଇବ ।

ପୂର୍ବରୁ ’ସୁନୋ ସର୍କାର’ ରାପ ଗାଇ ସୋସିଆଲ ମିଡିଆରେ ରାତାରାତି ଚର୍ଚ୍ଚିତ ହୋଇଥିଲେ ଦୁଲେ ରାପର । ଭାଇରାଲ ହୋଇଥିବା ଏହି ଗୀତ ପାଇଁ ବଲିଉଡ଼ର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଵିଶାଲ ଦଦଲାନିଙ୍କଠୁ ଆରମ୍ଭ କରି ସ୍ଵରା ଭାସ୍କର, ସୋନା ମହାପାତ୍ର ଓ ବରିଷ୍ଠ ସାମ୍ବାଦିକ ବର୍ଖା ଦତ୍ତଙ୍କ ପର୍ଯ୍ୟନ୍ତ ସମସ୍ତେ ତାଙ୍କର ପ୍ରଶଂସା କରିଥିଲେ । ବଲିଉଡ଼ର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଵିଶାଲ ତାଙ୍କୁ ବଲିଉଡରେ ଗାଇବାର ଅଫର ଦେଇଥିଲେ ବି ଦୁଲେ ଓଡ଼ିଆ ସିନେମାରେ ଗୀତ ଗାଇବାକୁ ଇଚ୍ଛା ରଖିଥିଲେ । ଆଉ ତାଙ୍କର ଇଚ୍ଛା ପୂରଣ ହୋଇଛି । ମ୍ୟୁଜିକ ମେକର ପ୍ରେମ ଆନନ୍ଦ ତାଙ୍କର ଏହି ଇଛା ପୂରଣ କରିଛନ୍ତି । ନୂତନ ପ୍ରତିଭାଙ୍କୁ ସୁଯୋଗ ଦେଇ ଆସିଥିବା ପ୍ରେମ ଆନନ୍ଦ କିଛି ଦିନ ତଳେ କୋରାପୁଟ ଝିଅ ନମିତା ମେଲେକାଙ୍କୁ ସୁଯୋଗ ଦେଇ ପ୍ରଶଂସିତ ହୋଇଥିଲେ ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories