www.samajalive.in
Monday, December 8, 2025
13.1 C
Bhubaneswar

ସମୟ ନେଲେ ଅନୁଭବ

କଟକ: କଟକ ଏସ୍‌ଡିଜେଏମ୍‌ କୋର୍ଟରେ ପାରିବାରିକ ହିଂସା ନେଇ ବର୍ଷା ପ୍ରିୟଦର୍ଶିନୀଙ୍କ ମାମଲା ପ୍ରସଙ୍ଗ। ଓକିଲ ଜରିଆରେ କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀଙ୍କ ସ୍ବାମୀ ଅନୁଭବ ମହାନ୍ତି। ଜବାବ ଦାଖଲ ପାଇଁ ସମୟ ନେଲେ ସାଂସଦ ଅନୁଭବ ମହାନ୍ତି। ଆସନ୍ତା ଡିସେମ୍ବର ୧୮ରେ ମାମଲାର ପରବର୍ତ୍ତି ଶୁଣାଣି ହେବ ବୋଲି ଜଣାପଡ଼ିଛି।

 

- Advertisement -

ସୂଚନା ଯୋଗ୍ୟ, ଓଲିଉଡ଼ର ଷ୍ଟାର ଦମ୍ପତି ବର୍ଷା-ଅନୁଭବଙ୍କ ବୈବାହିକ ଜୀବନରେ ସୃଷ୍ଟି ହୋଇଥିବା ବିବାଦ ଏବେ କୋର୍ଟଙ୍କ ବିଚାରଧୀନ ରହିଛି। ପତ୍ନୀଙ୍କୁ ଛାଡ଼ପତ୍ର ଦେବା ପାଇଁ ସାଂସଦ ଅନୁଭବ ମହାନ୍ତି ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଛାଡ଼ପତ୍ର ପିଟିସନ ଦାଖଲ କରିଥିଲେ। ତେବେ ଏହାକୁ କଟକ ସ୍ଥାନାନ୍ତର ପାଇଁ ଆବେଦନ କରି ବର୍ଷା ପ୍ରିୟଦର୍ଶିନୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଅନ୍ୟପକ୍ଷରେ ତାଙ୍କ ମତ ନନେଇ ରାୟ ପ୍ରଦାନ ଉପରେ ଅନୁଭବ ବର୍ଷାଙ୍କ ପିଟିସନ ଉପରେ କ୍ୟାଭେଟ୍ ଫାଇଲ କରିଥିଲେ। ପୂର୍ବରୁ ବର୍ଷା ସୁପ୍ରିମ କୋର୍ଟ ଯିବେ ବୋଲି ତାଙ୍କ ଓକିଲ ସୂଚନା ଦେଇଥିଲେ।​‌ ତେଣୁ ମାମଲା କଟକ ସ୍ଥାନାନ୍ତର ଲାଗି ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ପ୍ରସଙ୍ଗକୁ ନେଇ ଉଭୟ ବର୍ଷା ଓ ଅନୁଭବ ସୋସିଆଲ ମିଡ଼ିଆରେ ପରସ୍ପରକୁ ଆରୋପ ପ୍ରତ୍ୟାରୋପ କରିଥିବା ଦେଖିବାକୁ ମିଳିଥିଲା।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories