www.samajalive.in
Saturday, December 6, 2025
14.1 C
Bhubaneswar

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ; ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର : ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସାଢେ ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ବିଜ୍ଞପ୍ତି ପ୍ରକାଶିତ ହୋଇଛି।
ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଂଗୀତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡିଆ ଜାତୀୟତାର ଭାବକୁ ସୁଦୃଢ କରିବା ସହିତ ଓଡିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସାଢେ ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର ସୁଯୋଗ ପାଇବେ।
ସୂଚନାଯୋଗ୍ୟ  , ନିକଟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ କରିଛନ୍ତି ଏବଂ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଗତ ମଇ ୩୦ ତାରିଖରେ ସାରା ରାଜ୍ୟ ତଥା ସାରା ବିଶ୍ବର କୋଣ ଅନୁକୋଣରେ ଥିବା ଓଡିଆ ଭାଇ ଭଉଣୀମାନେ ଏହି ସଂଗୀତକୁ ଏକ ସମୟରେ ଗାନ କରି ଏକ ଭାବମୟ ପରିବେଶ ସୃଷ୍ଟି କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories