www.samajalive.in
Sunday, December 14, 2025
19.1 C
Bhubaneswar

କୋଭିଡ୍‍ ଆରୋଗ୍ୟ ହାର ୯୩ ପ୍ରତିଶତ : ମୃତ୍ୟୁହାର ୧.୪୭ ପ୍ରତିଶତ

ନୂଆଦିଲ୍ଲୀ : ଦେଶରେ କୋଭିଡ୍‍-୧୯ ଆରୋଗ୍ୟ ହାର ପ୍ରାୟ ୯୩ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୯ ହଜାରରୁ ଊର୍ଦ୍ଧ୍ବ କୋଭିଡ୍‍ ସଂକ୍ରମିତ ଆରୋଗ୍ୟ ଲାଭ କରିଥିବା ଜଣାପଡିଛି। ଏହାକୁ ମିଶାଇ ଦେଶରେ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୮୧ ଲକ୍ଷ ୧୫ ହଜାର ଅତିକ୍ରମ କରିଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ମୋଟ୍‍ ସଂକ୍ରମିତ ସଂଖ୍ୟାର ୫.୫୫ ପ୍ରତିଶତ ସକ୍ରିୟ ଆକ୍ରାନ୍ତ ବର୍ତ୍ତମାନ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୪ ଲକ୍ଷ ୮୪ ହଜାର ରହିଥିବା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୪ ହଜାର ୮୭୪ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ୍‍ ସଂକ୍ରମିତଙ୍କ ସଂଖ୍ୟା ୮୭ ଲକ୍ଷ ଅତିକ୍ରମ କରିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, କୋଭିଡ୍‍ ମହାମାରୀକୁ ନିୟନ୍ତ୍ରଣ କରିବା ଦିଗରେ ଉପଯୁକ୍ତ ସମୟରେ ଚିହ୍ନଟ, ନମୁନା ପରୀକ୍ଷା ଓ ଚିକିତ୍ସା ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଇଥିବାରୁ ଦେଶରେ ମୃତ୍ୟୁହାର ମଧ୍ୟ କ୍ରମଶଃ ହ୍ରାସ ପାଇବାରେ ଲାଗିଛି।

- Advertisement -

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪୭ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ ମୋଟ୍‍ ୧ ଲକ୍ଷ ୨୮ ହଜାର ୬୬୮ ଜଣଙ୍କର ପ୍ରାଣହାନୀ ହୋଇଥିବା ଜଣାପଡିଛି। ବର୍ତ୍ତମାନ ଦେଶରେ କୋଭିଡ୍‍ ଜନିତ ମୃତ୍ୟୁହାର ୧.୪୭ ପ୍ରତିଶତକୁ ହ୍ରାସ ପାଇଛି।
ଭାରତୀୟ ଭେଷଜ ଗବେଷଣା ପରିଷଦ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୩୯
ହଜାରରୁ ଊର୍ଦ୍ଧ୍ବ ନମୁନା ପରୀକ୍ଷା କରାଯାଇଛି। ଏହାକୁ ମିଶାଇ ଦେଶରେ ଏପର୍ଯ୍ୟନ୍ତ ମୋଟ୍‍ ୧୨ କୋଟି ୩୧ ଲକ୍ଷ ନମୁନା ପରୀକ୍ଷା ହୋଇଛି। ଅନ୍ୟପକ୍ଷରେ ଗତ ୬ ସପ୍ତାହ ମଧ୍ୟରେ ଦୈନିକ ହାରାହାରି ୧୧ ଲକ୍ଷ ନମୁନା ପରୀକ୍ଷା କରାଯାଇଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଟ୍ୱିଟ୍‍ କରି କୁହାଯାଇଛି।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories