ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ୧୨୫ ଦିନ ପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସବୁଠାରୁ କମ ୩୦ ହଜାର ତଳେ ରହିଛି। ୨୪ ଘଣ୍ଟାରେ ୨୯, ୧୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୪୪୯ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୦ ହଜାର ୫୧୯ରେ ପହଞ୍ଚିଛି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮ ଲକ୍ଷ ୭୪ ହଜାର ୨୯୧କୁ ବୃଦ୍ଧି ପାଇଛି। ୮୨,୯୦,୩୭ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪,୫୩,୪୦୧ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
Popular Categories



