www.samajalive.in
Monday, December 8, 2025
17.1 C
Bhubaneswar

ଭୁବନେଶ୍ବରରେ ୫୦ତଳକୁ ଖସିଲା କରୋନା ଆକ୍ରାନ୍ତ ସଂଖ୍ୟା, ଆଜି ସୁସ୍ଥ ହେଲେ ୬୪

ଭୁବନେଶ୍ବର: ୨୪ଘଣ୍ଟା ମଧ୍ୟରେ ଆଜି ରାଜଧାନୀ ଭୁବନେଶ୍ବରରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ତଳକୁ ଖସିଛି। ଆଜି ଭୁବନେଶ୍ବରରେ ୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୧୧ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ସେହିପରି ଲୋକାଲ୍‌ କଣ୍ଟାକ୍ଟ କେସ୍‌ରେ ୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ୧୧ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟ‌ରେ ବମିଖାଲ ୨, ଚନ୍ଦ୍ରଶେଖରପୁରରୁ ୪ଜଣଙ୍କ ସମତେ ଜାଗମରା, କାନନ ବିହାର, ପଳାଶୁଣି, ସାମନ୍ତରାପୁର ଓ ସତ୍ୟନଗରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଆଜି ରାଜଧାନୀ ଭୁବନେଶ୍ବରରୁ ୬୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୨୯୩୫୮ରେ ପହଞ୍ଚିଛି। ଆଜି ପର୍ଯ୍ୟନ୍ତ ଭୁବନେଶ୍ବରରେ ୩୦୨୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୬୫୦ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୯୮ଜଣଙ୍କ ମୃତ୍ୟୁ ହୋଇଛି ବୋଲି ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories