www.samajalive.in
Sunday, December 7, 2025
23.1 C
Bhubaneswar

ଦେଶର ଆମଦାନୀ ନିର୍ଭରତାକୁ ହ୍ରାସ କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପ

ନୂଆଦିଲ୍ଲୀଠାରେ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଓପନ୍‍ ଏକରେଜ୍‍ ଲାଇସେନ୍ସି ପଲିସି(ଓଏଏଲପି)ର ପଞ୍ଚମ ବିଡ଼୍‍ ରାଉଣ୍ଡ ଅଧୀନରେ ପୁରସ୍କାର ପ୍ରାପ୍ତ ୧୧ଟି ତୈଳ ଏବଂ ଗ୍ୟାସ ବ୍ଲକ ପାଇଁ ଚୁକ୍ତିସ୍ୱାକ୍ଷର କରିଛି। ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଅନ୍ୱେଷଣ ଏବଂ ଉତ୍ପାଦନ ସେକ୍ଟରରେ ସରକାରଙ୍କ କ୍ରମାଗତ ବଜାର ସହଯୋଗୀ ସଂସ୍କାର ଫଳରେ ଇଜ୍‍ ଅଫ୍‍ ଡୁଇଙ୍ଗ ବିଜନେସକୁ ପ୍ରୋତ୍ସାହନ ମିଳିଛି ଏବଂ ଭାରତକୁ ଶକ୍ତି କ୍ଷେତ୍ରରେ ଆତ୍ମନିର୍ଭର କରିଛି। ଆଗାମୀ ଦିନରେ ନୂତନ ଜ୍ଞାନକୌଶଳ ଏବଂ ଅନ୍ୟାନ୍ୟ ଉପାୟରେ ଘରୋଇ ଉତ୍ପାଦନକୁ ବୃଦ୍ଧି କରିବା ତଥା ଦେଶର ଆମଦାନୀ ନିର୍ଭରତାକୁ ହ୍ରାସ କରିବା ନେଇ ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଓଏଓଲପିର ପଞ୍ଚମ ରାଉଣ୍ଡ ଅଧୀନରେ ବିଗତ ବର୍ଷମାନଙ୍କରେ ବ୍ଲକ ପୁରସ୍କୁତ ହେବା ନୂଆ ଅନ୍ୱେଷଣ ଲାଇସେନ୍ସିଂ ପଲିସି(ଏନଇଏଲପି) ଦିଗରେ ବୃହତ ପଦକ୍ଷେପ। ଏହି ଅବସରରେ ଶ୍ରୀ ପ୍ରଧାନ ଇ ଏବଂ ପି ବ୍ଲକର ବିଡିଂ ସଫଳତାର ସହ ସମ୍ପନ୍ନ ହୋଇଥିବାରୁ ରାଷ୍ଟ୍ରାୟତ ତୈଳ ଉଦ୍ୟୋଗ ଇଣ୍ଡିଆନ ଅଏଲ ଏବଂ ଓଏନଜିସିକୁ ଅଭିନନ୍ଦନ ଜଣାଇଛନ୍ତି। ଏହା ଦ୍ୱାରା ତୈଳ ଏବଂ ଗ୍ୟାସ କ୍ଷେତ୍ରରେ ଅନ୍ୱେଷଣ ପ୍ରକ୍ରିୟା ଏବଂ ଉତ୍ପାଦନରେ ଦ୍ରୁତ ବୃଦ୍ଧି ହେବ। ଓଏଏଲପିରେ ଏନଇଏଲପିର ସମସ୍ତ ନିୟମାବଳିକୁ ପାଳନ କରାଯାଇଛି। ପୂର୍ବରୁ ଅନ୍ୱେଷଣ ଏକ୍ରେଜରେ ୮୦,୦୦୦ ବର୍ଗ କିମି ପରିମିତ କ୍ଷେତ୍ରରେ ଉପଲବ୍ଧ ଥିବାବେଳେ ବର୍ତ୍ତମାନ ଓଏଏଲପି ପଞ୍ଚମ ରାଉଣ୍ଡରେ ପୁରସ୍କୃତ ବ୍ଲକ ଦ୍ୱାରା ଏହା ପାଖାପାଖି ବଢି ୨ ଲକ୍ଷ ୩୭ ହଜାର ବର୍ଗ କିମି ଉପଲବ୍ଧ ହୋଇଛି ବୋଲି ସେ କହିଛନ୍ତି। ଚଳିତବର୍ଷ ଜାନୁଆରୀ ୧୪ ତାରିଖରେ ଏହି ରାଉଣ୍ଡର ଶୁଭାରମ୍ଭ ହୋଇଥିଲା ଏବଂ କୋଭିଡ୍‍ ମହାମାରୀ ସତ୍ତ୍ବେ ବିଡ଼ିଂ ସଫଳତାର ସହ ଜୁନ ୩୦ରେ ସମାପ୍ତ ହୋଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories