www.samajalive.in
Sunday, December 7, 2025
26.1 C
Bhubaneswar

କୋଭିଡ୍ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୭,୫୮,୪୫୦ ଟଙ୍କା ଜରିମାନା ଆଦାୟ, ୧୮ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ଗୋଟିଏ ମାମଲା ଦାୟର କରାଯାଇଛି। ତେବେ କୋଭିଡ୍‌ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୧୮ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୫୫୨ ଟି ଗାଡ଼ି ଜବତ ହୋଇଛି ଏବଂ ୧୭,୫୮,୪୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫୩,୩୦,୯୩୮ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୧୦,୦୫୨ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨,୯୯,୧୫୯ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୫୬୦ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୯,୨୮୦ ରହିଛି। ୯,୨୮୦ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories