www.samajalive.in
Sunday, December 7, 2025
26.1 C
Bhubaneswar

ବିଦ୍ୟାଳୟ ପରିସରରୁ ଶିକ୍ଷକଙ୍କ ମୃତ ଦେହ ଉଦ୍ଧାର

କଲମପୁର : କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ଥାନା ଅଧିନସ୍ଥ ପୋଖରା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରୁ ଶିକ୍ଷକଙ୍କ ମୃତ ଦେହ ଉଦ୍ଧାର ହେବା ଭଳି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।
ସୂଚନା ଅନୁସାରେ ବାଲେଶ୍ୱର ଜିଲା ଜଳେଶ୍ୱର ଅଂଚଳର ଜନୈକ ଶିକ୍ଷକ ଚିନୁ ହାଂସଦା ଗତ ଦେଢ ବର୍ଷ ହେବ ଥୁଆମୁଳ ରାମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ପୋଖରା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରି ଆସୁଥିଲେ। ପୋଖରାରେ ନିୟୋଜିତ ହେବା ପରଠାରୁ ବିଦ୍ୟାଳୟ ପରିସରରେ ହିଁ ରହୁଥିଲେ। କିନ୍ତୁ ବୁଧବାର ସକାଳେ ଶିକ୍ଷକ ରହୁଥିବା କୋଠରୀରେ ସେ ମୃତ ଅବସ୍ଥାରେ ପଡିଥିବା କିଛି ଲୋକ ଦେଖି ଥୁଆମୁଳ ରାମପୁର ଥାନାରେ ସୂଚନା ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଉଦ୍ଧାର କରିବା ସହ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସଂରକ୍ଷିତ କରି ରଖି ବାଲେଶ୍ୱରରେ ରହୁଥିବା ଶିକ୍ଷକଙ୍କ ପରିବାର ଲୋକଙ୍କୁ ସୁଚନା ଦିଆଯାଇଛି। ପରିବାର ଲୋକ ପହଞ୍ଚିବା ପରେ ଅନ୍ୟ ପଦକ୍ଷେପ ନିଆଯିବ ବୋଲି ଜଣାପଡିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories