www.samajalive.in
Sunday, December 14, 2025
26.1 C
Bhubaneswar

ସଡ଼କ ଦୁର୍ଘଟଣାରେ ୨ ବାଇକ୍ ଆରୋହୀ ମୃତ

ରେଢ଼ାଖୋଲ : ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ଅନ୍ତର୍ଗତ ରାଞ୍ଚି-ବିଜୟୱାଡା ରାସ୍ତାର ଡ଼ିମିରିକୁଦା ଗ୍ରାମ ନିକଟସ୍ଥ ପୋଲ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଦ୍ବୟ ରେଢ଼ାଖୋଲ ଏଲ ଆଇସି କଲୋନୀର ଅଭିଜିତ ପାଣିଗ୍ରାହୀ(୨୭) ଓ ରଥସାହିର ରାମ ଚନ୍ଦ୍ର ପ୍ରଧାନ(୨୬) ବୋଲି ଜଣାପଡିଛି।

ସୂଚନା ଅନୁସାରେ, ବୁଧବାର ବିଳମ୍ବିତ ରାତିରେ ବାଇକ୍ ଯୋଗେ ଉଭୟ ନାକ୍ଟିଦେଉଳ ପଟୁ ରେଢ଼ାଖୋଲ ଅଭିମୁଖେ ଆସୁଥିବା ବେଳେ ଭାରସାମ୍ୟ ହରାଇ ଡ଼ିମିରିକୁଦା ଗ୍ରାମ ନିକଟସ୍ଥ ପୋଲ ବାଡ଼ରେ ବାଡେଇ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଦୁର୍ଘଟଣା ଭୟଙ୍କର ଥିବାରୁ ଉଭୟଙ୍କର ଦୁର୍ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଥିବା ଅନୁମାନ କରାଯାଉଛି। ଗୁରୁବାର ପ୍ରାତଃ ଭ୍ରମଣରେ ଯାଉଥିବା କିଛି ଲୋକ ଦେଖିବା ପରେ ଦୁର୍ଘଟଣା ସ୍ଥଳକୁ ସହର ତଥା ଆଖ ପାଖ ଲୋକ ପହଂଚିବା ସହ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଚଳାଇଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories