www.samajalive.in
Saturday, December 13, 2025
21.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୪ ମାମଲା, ୨୦ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୋଲିସ ପକ୍ଷରୁ ୪ଟି ମାମଲା ଦାୟର କରାଯାଇଛି। କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୨୦ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୬୨୫ ଟି ଗାଡ଼ି ଜବତ ହୋଇଛି ଏବଂ ୧୯,୬୦,୨୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫୪,୨୪,୭୬୧ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୧୧,୭୮୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୦୧,୭୭୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୧୫୯୨ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୮,୩୬୬ ରହିଛି। ୮,୩୬୬ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories