www.samajalive.in
Friday, December 12, 2025
16.1 C
Bhubaneswar

କଂଗ୍ରେସ ପକ୍ଷରୁ ଇନ୍ଦିରାଗାନ୍ଧୀଙ୍କ ଜୟନ୍ତୀ ପାଳିତ

ଫୁଲବାଣୀ: ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ଅବସରରେ ଆଜି କନ୍ଧମାଳ କଂଗ୍ରେସ ଓ ଯୁବ କଂଗ୍ରେସ ପକ୍ଷରୁ ବିିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କଂଗ୍ରେସ ପକ୍ଷରୁ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଥିଲା। ଯୁବ କଂଗ୍ରେସ ସଭାପତି ବସନ୍ତ କୁମାର ପାଢୀଙ୍କ ନେତୃତ୍ୱରେ ଯୁବନେତା ଗଗନ ପ୍ରଧାନ, ଦୁର୍ଯ୍ୟୋଧନ ପଟନାୟକ, ସଂଶାର ଭୋଇ, ରଜତ ମହାନ୍ତି, ସୂର୍ଯ୍ୟକାନ୍ତ ଦାସ, ଅଶୋକ ସାସନୀ, ବରିଷ୍ଠ ନେତା ହେମନ୍ତ କର, ମହିଳାନେତ୍ରୀ ସାଇବାଣି କହଁର ଓ ଅନ୍ୟମାନେ ଫୁଲବାଣୀ ସହରର ବିଭିନ୍ନ ଅଞ୍ଚଳରେ ଥିବା ଗରୀବମାନଙ୍କୁ ରନ୍ଧାଖାଦ୍ୟ ବଣ୍ଟନ କରିଥିଲେ। ସେହିଭଳି ଜିଲା କଂଗ୍ରେସ ପକ୍ଷରୁ ମଧ୍ୟ ମାଦିକୁନ୍ଦାଛକ ସ୍ଥିତ ଇନ୍ଦିରାଗାନ୍ଦୀଙ୍କ ପ୍ରତିମୂର୍ତ୍ତିରେ ଜିଲା କଂଗ୍ରେସ ସଭାପତି ଅନାମ ନାୟକଙ୍କ ସମତେ ପୂର୍ବତନ ସାଂସଦ ରଧାକାନ୍ତ ଦିଗାଲ, ନଗର ସଭାପତି ବିଜୟ ମହାନ୍ତି ଓ ଅନ୍ୟ ବହୁ ବରିଷ୍ଠ କଂଗ୍ରେସ ନେତା ଓ କର୍ମୀମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories