www.samajalive.in
Monday, December 15, 2025
24.1 C
Bhubaneswar

ଟେଷ୍ଟ ସିରିଜ୍‌ ପାଇଁ ଅଭ୍ୟାସ ଆରମ୍ଭ କଲେ ପୂଜାରା

ସିଡନୀ : ଭ୍ରମଣକାରୀ ଭାରତ ଓ ଘରୋଇ ଅଷ୍ଟ୍ରେଲିଆ କ୍ରିକେଟ୍ ଦଳ ମଧ୍ୟରେ ୩ଟି ଲେଖାଏଁ ଦିନିକିଆ ଓ ଟ୍ବେଣ୍ଟି୨୦ ସିରିଜ୍‌ ସହ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଖେଳାଯିବ। କରୋନା ସଂକ୍ରମଣଜନିତ ପରିସ୍ଥିତିକୁ ଦୃଷ୍ଟିରେ ରଖି ୩ଟି ଯାକ ଫର୍ମାଟ୍‌ରେ ଖେଳିବାକୁ ଥିବା ଭାରତୀୟ କ୍ରିକେଟର୍‌ଙ୍କୁ ଅଷ୍ଟ୍ରେଲିଆ ପଠାଇଛି ବିସିସିଆଇ। ଗୁରୁବାର ଟେଷ୍ଟ ସ୍ପେଶାଲିଷ୍ଟ ବ୍ୟାଟସମ୍ୟାନ୍‌ ଚେତେଶ୍ବର ପୂଜାରା ନେଟ୍‌ସରେ ଦୀର୍ଘସମୟ ଧରି ଅଭ୍ୟାସ କରିଥିଲେ। ପୂଜାରା ନେଟ୍‌ସରେ ଅଭ୍ୟାସ କରୁଥିବା ସଂପର୍କରେ ବିସିସିଆଇ ତରଫରୁ ଟ୍ବିଟ୍‌ କରାଯାଇଛି। ଦୁଇ ଦଳ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଡିସେମ୍ବର ୧୭ରୁ ଆଡିଲେଡ୍‌ରେ ଦିବାରାତ୍ର ଭାବେ ଖେଳାଯିବ। ଟେଷ୍ଟ ସିରିଜ୍‌ର ୪ଟି ମ୍ୟାଚ୍‌ ବିଶ୍ବ ଟେଷ୍ଟ ଚମ୍ପିଆନ୍‌ସିପର ଅନ୍ତର୍ଗତ। ବିଶ୍ବ ଟେଷ୍ଟ ଚମ୍ପିଆନ୍‌ସିପର ପଏଣ୍ଟ ତାଲିକାରେ ଭାରତ ଓ ଅଷ୍ଟ୍ରେଲିଆ ପ୍ରଥମ ଓ ଦ୍ବିତୀୟ ସ୍ଥାନରେ ରହିଛନ୍ତି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories