www.samajalive.in
Tuesday, December 9, 2025
16.1 C
Bhubaneswar

କନ୍ଧମାଳ: ୪ଟି ବ୍ଳକରେ ୪ ସଂକ୍ରମିତ ଚିହ୍ନଟ, ଜିଲାରେ ମୋଟ ସଂକ୍ରମିତ ସଂଖ୍ୟା ୫୮୬୬

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ୧୨ଟି ବ୍ଳକରୁ ୮ଟି ବ୍ଳକରେ ଆଜି ମଧ୍ୟ ନୂଆ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ଶୁନ୍‍ ରହିଥିବା ବେଳେ ଜିଲ୍ଲାର ଅନ୍ୟ ୪ଟି ବ୍ଳକରେ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୮୬୬ ହୋଇଛି। ସମସ୍ତ ଆକ୍ରାନ୍ତମାନଙ୍କ ମଧ୍ୟରୁ ଆଜି ସୁଦ୍ଧା ୫,୭୭୩ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩ ରହିଛି। ଆଉ ୬୦ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଆଜିର ସଂକ୍ରମିତମାନଙ୍କ ମଧ୍ୟରୁ ଫୁଲବାଣୀ ପୌରାଂଚଳର ଜଣେ ଏବଂ ଦାରିଙ୍ଗବାଡି, ଚକାପାଦ ଓ ରାଇକିଆ ଅଂଚଳର ଜଣେ ଲେଖାଏଁ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ସୂତ୍ରରୁ ଜଣାପଡିଛି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଅତି ଅବଶ୍ୟକ ନଥିଲେ ଘରୁ ବାହାରିବାକୁ ବାରଣ କରାଯାଇଛି। ଅତି ଜରୁରୀ କାମରେ ବାହାରକୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ସହିତ କୋଭିଡ ନିୟମକୁ ମାନି ଚଳିବାକୁ ଜିଲ୍ଲା ପ୍ରଶାସନ ପରାମର୍ଶ ଦେଇଛି।

 

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories