www.samajalive.in
Thursday, December 11, 2025
18.1 C
Bhubaneswar

ରାଜ୍ୟପାଳ‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ପରଲୋକ

ଭୁବନେଶ୍ବର : ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ପରଲୋକ ଘଟିଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସୁଶୀଳା ଦେବୀଙ୍କ ପରଲୋକ ହୋଇଛି। ଗତକାଲି ବିଳମ୍ବିତ ରାତିରେ ସୁଶୀଳା ଦେବୀଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି। ନଭେମ୍ବର ଏକ ତାରିଖରେ କୋରୋନାରେ ଆକ୍ରାନ୍ତ ହୋଇ ସୁଶୀଳା ଦେବୀ ଚିକିତ୍ସାଧୀନ ଥିଲେ।

ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଧର୍ମପ୍ରାଣ ଓ ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟପାଳ ଓ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

- Advertisement -

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।  ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଜୀଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗକୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ। ଅମର ଆତ୍ମାର ସଦଗତି କାମନା କରୁଛି ।

ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜଣାପଡିଛି।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories