www.samajalive.in
Friday, December 12, 2025
14.1 C
Bhubaneswar

ରାଜ୍ୟପାଳ‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ବର : ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ପରଲୋକ ଘଟିଛି । ତାଙ୍କ ବିୟୋଗରେ ବିଭିନ୍ନ ମହଳରେ ଶୋକର ଛାୟା ଖେଳିଯାଇଛି। ବହୁ ବିଶିଷ୍ଟ ବ୍ୟକ୍ତି ସୁଶୀଳା ଦେବୀଙ୍କର ପରଲୋକରେ ଶୋକ ପ୍ରକାଶ କରିଛନ୍ତି।

ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଧର୍ମପ୍ରାଣ ଓ ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟପାଳ ଓ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

- Advertisement -

ସୁଶୀଳା ଦେବୀଙ୍କ ପରଲୋକରେ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ବ ଭୂଷଣ ହରିଚନ୍ଦନ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଅତ୍ୟନ୍ତ ଦୟାଳୁ ମହିଳା ଥିଲେ,  ଯିଏ ଗରିବ ଏବଂ ଅସହାୟ ଲୋକଙ୍କ କଲ୍ୟାଣ ପାଇଁ ଅନେକ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରୁଥିଲେ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି।

ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।  ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଜୀଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗକୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ। ଅମର ଆତ୍ମାର ସଦଗତି କାମନା କରୁଛି।

ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ  ରାଜ୍ୟପାଳଙ୍କ ପତ୍ନୀ ସୁଶୀଲା ଦେବୀଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି।ଟ୍ବିଟ କରି ଶ୍ରୀ ସ୍ବାଇଁ କହିଛନ୍ତି ଏହି ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ପ୍ରଭୁ ଜଗନ୍ନାଥ ତାଙ୍କର ଅମର ଆତ୍ମାର ସଦଗତି କରିବା ସହ ଏହି ଦୁଃଖଦ ସମୟରେ ତାଙ୍କ ପରିବାରକୁ ସାହସ ଓ ଧୈର୍ଯ୍ୟ ଦିଅନ୍ତୁ।

ସେହିପରି  ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁ ସୁଶୀଳା ଦେବୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଟ୍ବିଟ ବାର୍ତ୍ତାରେ ସେ ଲେଖିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଜୀଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ଅକାଳ ବିୟୋଗରେ ମୁଁ ଗଭୀର ଭାବରେ ମର୍ମାହତ। ମାନ୍ୟବର ରାଜ୍ୟପାଳ ଏବଂ ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣେଇବା ସହିତ ଅମର ଆତ୍ମାର ସତଗତି କାମନା କରୁଛି ।

ବିଜେପି ରାଷ୍ଟ୍ରୀୟ ଉପଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ରାଜ୍ୟପାଳଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।

ରାଜ୍ୟପାଳ ପ୍ରଫେସର ଗଣେଶି ଲାଲଙ୍କ ପତ୍ନୀ ଶ୍ରୀମତୀ ସୁଶୀଳା ଦେବୀଙ୍କ ବିୟୋଗରେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

Hot this week

‘ନେହେରୁଙ୍କ ପକ୍ଷପାତିତା ପାଇଁ ବନ୍ଦେ ମାତରମ୍ ଜାତୀୟ ସଙ୍ଗୀତ ମାନ୍ୟତାରୁ ବଞ୍ଚିତ’

ନୂଆଦିଲ୍ଲୀ : ଗୁରୁବାର ରାଜ୍ୟସଭାରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଉପରେ ଦ୍ବିତୀୟ...

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

ସଜାଡ଼ିବାକୁ ଉଦ୍ୟମ : ମୋକିମ୍‌

କଟକ : ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ...

ଓଡ଼ିଶା ହେବ ଜବରଦଖଲମୁକ୍ତ

ଭୁବନେଶ୍ବର: ଓଡ଼ିଶାକୁ ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଅଣ୍ଟା ଭିଡ଼ିଛି। ବିଭାଗସ୍ତରରେ...

୬ ରାଜ୍ୟରେ ଏସ୍‌ଆଇଆର୍‌ ସମୟସୀମା ବୃଦ୍ଧି

ନୂଆଦିଲ୍ଲୀ: ନିର୍ବାଚନ କମିଶନ (ଇସି)ଙ୍କ ତରଫରୁ ଗୁରୁବାର ପାଞ୍ଚ ରାଜ୍ୟ ଓ...

Related Articles

Popular Categories