www.samajalive.in
Tuesday, December 9, 2025
16.1 C
Bhubaneswar

କମୁଛି ଆକ୍ରାନ୍ତଙ୍କ ସଂଖ୍ୟା : ୬୬୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଛି। ଗତ କିଛିଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ତଳେ ରହିଛି। ଏହାସହ ସ୍ଥାନୀୟ ସଂକ୍ରମଣ ମଧ୍ୟ ହ୍ରାସ ପାଉଛି। ୨୪ ଘଣ୍ଟାରେ  ୬୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୮୫ ଓ ସ୍ଥାନୀୟ ଅଞ୍ଚଳରୁ ୨୮୩ ଚିହ୍ନଟ ହୋଇଛନ୍ତି । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪,୬୨୯ରେ ପହଞ୍ଚିଛି। ୩,୦୫,୮୧୩ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭,୧୦୬ ସକ୍ରିୟ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୩୦ ଜିଲାରୁ ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ନୂଆପଡ଼ାରୁ ସର୍ବାଧିକ ୬୮ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫୬ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୪୬, ବାଲେଶ୍ୱର ୩୮, ବରଗଡ଼ ୧୮, ଭଦ୍ରକ ୧୫, ବଲାଙ୍ଗୀର ୨୮, ବୌଦ୍ଧ ୭, କଟକ ୩୭, ଦେଓଗଡ଼ ୨, ଢେଙ୍କାନାଳ ୬, ଗଜପତି ୪, ଗଞ୍ଜାମ ୧୨, ଜଗତସିଂହପୁର ୨୫, ଯାଜପୁର ୧୮, ଝାରସୁଗୁଡ଼ା ୨୩, କଳାହାଣ୍ଡି ୧୧, କନ୍ଧମାଳ ୩, କେନ୍ଦ୍ରାପଡ଼ା ୨୧, କେନ୍ଦୁଝର ୩୮, ମାଲାକାନଗିରି ୮, ମୟୁରଭଞ୍ଜ ୫୦, ନବରଙ୍ଗପୁର ୯, ନୟାଗଡ଼ ୮, ପୁରୀ ୨୩, ରାୟଗଡା ୨, ସମ୍ବଲପୁର ୨୫, ସୁନ୍ଦରଗଡ଼ ୫୫, ଷ୍ଟେଟ ପୁଲରୁ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

Hot this week

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

Related Articles

Popular Categories