www.samajalive.in
Saturday, December 13, 2025
14.1 C
Bhubaneswar

ସ୍କୁଲ ଫି’ ପ୍ରସଙ୍ଗ : କେତେ କମାଇବେ ସତ୍ୟପାଠ ମାଧ୍ୟମରେ ଜଣାଇବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : କରୋନା ସମୟରେ ଘରୋଇ ସ୍କୁଲ ଫି ଛାଡ଼ କରିବା ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ। ରାଜ୍ୟରେ ସ୍କୁଲ ଫି ହ୍ରାସ ପ୍ରସଙ୍ଗରେ ନିଜର ଆଭିମୁଖ୍ୟ ସତ୍ୟପାଠ ମାଧ୍ୟମରେ ଜଣାଇବାକୁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷକରି ରାଜସ୍ଥାନ,ପଞ୍ଜାବ ଓ ହରିଆନା ରାଜ୍ୟ ଭଳି, ନିର୍ଦ୍ଦିଷ୍ଟ କେତେ ଟଙ୍କା ସ୍କୁଲ ଫି ଛାଡ଼ କରିବେ ତାହା ସତ୍ୟପାଠ ଜରିଆରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଆସନ୍ତା ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ହାଇକୋର୍ଟ ଦିନ ଧାର୍ଯ୍ୟ  କରିଛନ୍ତି । ରାଜ୍ୟ ସରକାର ଏନେଇ ସ୍କୁଲ କର୍ତ୍ତୃପକ୍ଷ ଓ ଅଭିଭାବକ ସଙ୍ଘ ସହ ଏମଓୟୁ ସ୍ବାକ୍ଷର କରିଥିବା ବେଳେ ତାହା ଅନୁଯାୟୀ ହାଇକୋର୍ଟ ନିର୍ଦ୍ଦେଶ ନାମା ଦିଅନ୍ତୁ ବୋଲି ପୂର୍ବରୁ ନିଜର ମତାମତ ରଖିଥିଲେ ରାଜ୍ୟ ସରକାର । ଘରୋଇ ସ୍କୁଲ ଫି ବୃଦ୍ଧି ଉପରେ ସରକାରଙ୍କ କୌଣସି ନିୟନ୍ତ୍ରଣ ନାହିଁ, ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଗ୍ରହଣ କରିଥିବା ନିଷ୍ପତ୍ତିକୁ ହାଇକୋର୍ଟ ଲାଗୁ କରନ୍ତୁ ବୋଲି ଆଜି ସରକାରଙ୍କ ପକ୍ଷରୁ କୁହାଯାଇଥିଲା।

- Advertisement -

ସୂଚନାଯୋଗ୍ୟ କରୋନା ଯୋଗୁ ସମସ୍ତ ସ୍କୁଲ ବନ୍ଦ ରହିଛି । ଛାତ୍ରଛାତ୍ରୀମାନେ ସ୍କୁଲକୁ ଆସୁ ନ ଥିବା ବେଳେ ବେସରକାରୀ ସ୍କୁଲମାନେ ଫି କମାଇବା ନେଇ କୌଣସି ପଦକ୍ଷେପ ନେଇନାହାନ୍ତି । ଏହାକୁ ବିରୋଧ କରି ଅବିଭାବକ ସଂଘ ସ୍କୁଲ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ସେମାନେ ଅଭିଯୋଗ କରିଥିଲେ କି, ପିଲା ଯେତେବେଳେ ସ୍କୁଲ ଯାଉ ନାହାନ୍ତି ତ ଅବିଭାବକମାନେ କାହିଁକି ମାସିକ ଦେୟ ଦେବେ । ଏ ନେଇ ରାଜ୍ୟସରକାରଙ୍କର କିଛି ସ୍ୱତନ୍ତ୍ର ଗାଇଡଲାଇନ ନ ଥିବା ବେଳେ ବେସରକାରୀ ସ୍କୁଲ ସଂଘ ଛାତ୍ରଛାତ୍ରୀଙ୍କୁ ଅନଲାଇନ୍ ମାଧ୍ୟମରେ ଶିକ୍ଷାଦାନ କରାଯାଉଥିବା କହିଥିଲେ । ତେଣୁ ଅବିଭାବକମାନେ ମାସିକ ଦେୟ ଦେବାକୁ ବାଧ୍ୟ ବୋଲି ୟୁକ୍ତି ବାଢିଥିଲେ ।

 

 

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories