www.samajalive.in
Monday, December 8, 2025
17.1 C
Bhubaneswar

ରାଜଧାନୀରେ କମୁଛି ସଂକ୍ରମିତଙ୍କ ସଂଖ୍ୟା; ଆଜି ୩୪ କରୋନା ପଜିଟିଭ ଚିହ୍ନଟ, ୫୩ ସୁସ୍ଥ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ମଙ୍ଗଳବାର ଆଉ ୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୩୪ ପଜିଟିଭଙ୍କ ମଧ୍ୟରୁ ୮ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୩୦,୫୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୯,୭୬୬ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୯ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୫୩୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories