www.samajalive.in
Monday, December 8, 2025
16.1 C
Bhubaneswar

ଭକ୍ତ ଶିରୋମଣି ଦାସିଆଙ୍କ ଜୟନ୍ତୀ ଉତ୍ସବ

ପିପିଲି : ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ପରମଭକ୍ତ ଶିରୋମଣି ଦାସିଆଙ୍କ ଜୟନ୍ତୀ ଉତ୍ସବ ତାଙ୍କର ବାଲିଗାଁ ସ୍ଥିତ ଜନ୍ମ ଓ ସାଧନା ପୀଠରେ ବୁଧବାର ପାଳିତ ହୋଇଯାଇଛି।

ପିପିଲି ବ୍ଲକ ତେଇସିପୁର ପଞ୍ଚାୟତ ଅନ୍ତର୍ଗତ ବାଲିଗାଁ ଠାରେ ପବିତ୍ର କାର୍ତ୍ତିକ ଶୁକ୍ଳ ଏକାଦଶୀରେ ସିଦ୍ଧ ସାଧକ ଭକ୍ତ ଦାସିଆଙ୍କ ଜୟନ୍ତୀ ଉତ୍ସବ ଚଳିତ ବର୍ଷ କୋଭିଡ କଟକଣାକୁ ଦୃଷ୍ଟିରେ ରଖି ନିରାଡମ୍ବରପୂର୍ଣ୍ଣ ଭାବେ ପାଳିତ ହୋଇଯାଇଛି । ଭକ୍ତ ଦାସିଆ ସ୍ମୃତି କମିଟି ପକ୍ଷରୁ ପ୍ରତ୍ୟୁଷରେ ଦାସିଆଙ୍କ ସମାଧି ପୀଠରେ ପୂଷ୍ପମାଲ୍ୟ ଅର୍ପଣ କରାଯିବା ସହ ବୈଦିକ ରୀତିରେ ପୂଜାର୍ଚ୍ଚନା, ଗୀତା ଓ ଭାଗବତ ପାଠ କରାଯାଇଥିଲା । ପୀଠ ପରିସରରେ ଥିବା ପ୍ରଭୂ ଶ୍ରୀଜଗନ୍ନାଥଙ୍କ ମନ୍ଦିରରେ ସମସ୍ତ ରୀତିନୀତି ଅନୁଯାଇ ଚତୁର୍ଦ୍ଧାମୁର୍ତ୍ତୀଙ୍କ ପୂଜାର୍ଚ୍ଚନା କରାଯିବା ସହ ଅଖଣ୍ଡ ନାମଯଜ୍ଞ କରାଯାଇଥିଲା । ଏହି ଅବସରରେ ସେଠାରେ ନାମ ସଂକୀର୍ତ୍ତନ ପରିବେଷଣ କରାଯାଇଥିଲା । ମଧ୍ୟାହ୍ନରେ ଭକ୍ତ ଦାସିଆଙ୍କ ପ୍ରିୟ ଜାଉ ଓ ଶାଗ ଭୋଗ, ପୀଠସ୍ଥ ଶ୍ରୀଜଗନ୍ନାଥଙ୍କ ମନ୍ଦିରର ମହାକାର୍ତ୍ତୀକ ପହିଲି ଭୋଗ ଏବଂ ମଧ୍ୟାହ୍ନ ଭୋଗ ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ବିତରଣ କରାଯାଇଥିଲା ।  ସେଠାରେ ଥିବା ଭକ୍ତ ଦାସିଆଙ୍କ ସମାଧି ପୀଠ, ରାଧାମୋହନ ମଠ, ତୁଳସୀ ବଣ, ପଦ୍ମ ପୋଖରୀ ଓ ଭକ୍ତ ଦାସିଆ ତାଙ୍କ ପତ୍ନୀଙ୍କୁ ଜଳ ମଧ୍ୟରେ ରଥଯାତ୍ରା ଦେଖାଇଥିବା ପବିତ୍ର ଗୋଠଗାଡିଆ ନିକଟରେ ପୂଜାର୍ଚ୍ଛନା କରାଯାଇଥିଲା । ଭକ୍ତ ଦାସିଆ ସ୍ମୃତି କମିଟିର ସଂପାଦକ ଅଧ୍ୟାପକ ଡ଼ଃ ଘନଶ୍ୟାମ ସ୍ୱାଇଁ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories