www.samajalive.in
Friday, December 12, 2025
15.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ବାଇକ୍ ଆରୋହୀ ମୃତ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଖୁଣ୍ଟାପଡା ହନୁମାନ ଛକ ନିକଟରେ ଗତ ସନ୍ଧ୍ୟାରେ ଅଜଣା ଗାଡ଼ି ଧକ୍କାରେ ହୋଇଥିବା ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇ କେନ୍ଦୁଝର ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ଭିମାପଡା ଗ୍ରାମର କାଣ୍ଡ ନାଏକ(୪୦) ବୋଲି ଜଣାପଡିଛି । ଗୁରୁତରଜଣଙ୍କ ସେହି ଗ୍ରାମର ବାବୁଲି ନାଏକ(୨୫) ବୋଲି ଜଣାପଡିଛି। ଉଭୟ ବାଇକ୍ ଯୋଗେ ଗତ ସନ୍ଧ୍ୟାରେ ଗମ୍ଭାରୀଆ ହାଟରୁ ଫେରୁଥିବା ବେଳେ ହନୁମାନ ଛକ ନିକଟରେ ସେମାନଙ୍କ ବାଇକକୁ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ପାଟଣା ଓ ପରେ କେନ୍ଦୁଝର ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ କାଣ୍ଡ ନାଏକଙ୍କ ମୃତ୍ୟୁ ଘଟିଛି । ଏନେଇ ତୁରୁମୁଙ୍ଗା ଥାନାରେ ୧୧୨/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତକଙ୍କ ଶବ ବ୍ୟବଚ୍ଛେଦ କରାଇଛି ତୁରୁମୁଙ୍ଗା ପୋଲିସ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories