www.samajalive.in
Monday, December 15, 2025
15.1 C
Bhubaneswar

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଠଗଡ ବିଜେପି ପକ୍ଷରୁ ସମ୍ବର୍ଦ୍ଧନା

ଆଠଗଡ : କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ କୋଇଲା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଗୁରବାର ସକାଳେ ଆଠଗଡ ବିଜେପି ପକ୍ଷରୁ ଉତ୍ସସିତ ସମ୍ବର୍ଦ୍ଧତା ଜ୍ଞାପନ କରାଯାଇଛି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ତାଙ୍କର ତାଳଚେର ଗସ୍ତ ଅବସରରେ ମୁଣ୍ଡଳି ବାଟ ଦେଇ ଆସି ଆଠଗଡରେ ପହଞ୍ôଚବା ପରେ ଷ୍ଟାଡିୟମ ଛକ ନିକଟରେ ପୂର୍ବରୁ ଅପେକ୍ଷା କରି ରହିଥିବା ବିଜେପି ନେତା ଓ କର୍ମକର୍ତ୍ତା ଶ୍ରୀ ପ୍ରଧାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ୱାଗତ ଜଣାଇଥିଲେ। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବ୍ରଜେନ୍ଦ୍ର କୁମାର ରାୟ, ବରିଷ୍ଠ ନେତା ତଥା ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ରାମନାରାୟଣ ମହାନ୍ତି, ପ୍ରମଥ କୁମାର ରାୟ, ଜଗଦାନନ୍ଦ ତ୍ରିପାଠୀ, ପ୍ରକାଶ କୁମାର ସେଠୀ, ଅରୁଣ କୁମାର ମହାନ୍ତି, ବିଚିତ୍ରାନନ୍ଦ ଜେନା, ଶଙ୍କର୍ଷଣ ମହାନ୍ତି ରମାକାନ୍ତ ସେନାପତି, ପ୍ରଦୀପ ମହାପାତ୍ର, ନିର୍ମଳ ପତ୍ରୀ, ମଣ୍ଡଳ ସଭାପତି ନୂତନ କୁମାର ରାଉତ, ସୋମନାଥ ବେହେରା, ନିଲେଶ ରଞ୍ଜନ ସାହୁ ଓ ମିଡିଆ ସଂଯୋଜକ ପରେଶ ରଞ୍ଜନ ସାହୁ ପ୍ରମୁଖ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ। ମନ୍ତ୍ରୀ ଶ୍ରୀ ପ୍ରଧାନ ଆଠଗଡରେ ଦଳୀୟ ସଂଗଠନକୁ ତୃଣମୂଳସ୍ତରରେ ସୁଦୃଢ କରିବା ଏବଂ ସାଧାରଣ ଲୋକଙ୍କ ସହ ମିଶି ସେମାନଙ୍କ ସୁଖଦୁଃଖରେ ଭାଗୀଦାର ହୋଇ କେନ୍ଦ୍ର ସରକାରଙ୍କର ବିଭିନ୍ନ ଯୋଜନାର ସଫଳ ରୂପାୟନ ଉପରେ ଗୁରୁତ୍ୱ ଦେବା ପାଇଁ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ। ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତା କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ଏକ ବାଇକ ଶୋଭାଯାତ୍ରାରେ ପାଛୋଟି ନେଇ ବୀରକିଶୋରପୁର ଛକରେ ବିଦାୟ ଜଣାଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories