www.samajalive.in
Monday, December 8, 2025
17.1 C
Bhubaneswar

ପରୀ ପାଇଁ ରାଜରାସ୍ତାକୁ ଓହ୍ଲାଇଲା ବାଲେଶ୍ବର ବିଜେପି ମହିଳାମୋର୍ଚ୍ଚା

ବାଲେଶ୍ୱର: ବହୁ ଚର୍ଚ୍ଚିତ ପରୀ ଅପହରଣ ଓ ହତ୍ୟାକାଣ୍ଡ ମାମଲାରେ ମନ୍ତ୍ରୀ ଅରୁଣ ସାହୁ ଜଡିତ ଥିବା ଅଭିଯୋଗ କରି ବାଲେଶ୍ୱର ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜିଲ୍ଲା ମହିଳାମୋର୍ଚ୍ଚା ସଭାପତି କମଳା ବିନ୍ଧାଣୀଙ୍କ ନେତୃତ୍ବରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତିI ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବାବୁଲା ନାୟକକୁ ମନ୍ତ୍ରୀ ଶ୍ରୀ ସାହୁ ଘଣ୍ଟ ଘୋଡାଇବା ସହ ସୁରକ୍ଷା ଦେଉଥିବା ମୋର୍ଚ୍ଚାର କର୍ମକର୍ତ୍ତାମାନେ ଅଭିଯୋଗ କରିଛନ୍ତିI ଅନ୍ୟପକ୍ଷେ ଘଟଣାକୁ ଚପାଇଦେବା ପାଇଁ ସ୍ଥାନୀୟ ସରପଞ୍ଚଙ୍କୁ ମନ୍ତ୍ରୀ ଧମକ ଦେଉଥିବା ଅଡିଓ ଭାଇରାଲ ହୋଇଛିI ଏଣୁ ମୁଖ୍ୟ ଅଭିଯୁକ୍ତ ବାବୁଲା ନାୟକକୁ ଗିରଫ ସହ ମନ୍ତ୍ରୀ ପଦରୁ ଅରୁଣ ସାହୁଙ୍କୁ ବହିଷ୍କାର ପାଇଁ ମହିଳା ମୋର୍ଚ୍ଚା ପକ୍ଷରୁ ଦାବୀ କରାଯାଇଛିI ଏହି ମାମଲାର ତଦନ୍ତ ଦାୟିତ୍ୱ ସିବିଆଇକୁ ହସ୍ତାନ୍ତର ପାଇଁ ସେମାନେ ଦାବୀ କରିଛନ୍ତିI ଏହି ଅବସରରେ ମୋର୍ଚ୍ଚାର କର୍ମୀମାନେ ମନ୍ତ୍ରୀ ଅରୁଣ ସାହୁଙ୍କ ପୋଷ୍ଟର ପୋଡ଼ି ବିରୋଧ ପ୍ରଦର୍ଶନ କରିଥିଲେI

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସମ୍ପାଦିକା ସିପ୍ରା ବାଜପେୟୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ଯା ଶୋଭନା ମହାନ୍ତି, ନଗର ମହିଳାମୋର୍ଚ୍ଚା ସଭାପତି ପିଙ୍କି ପ୍ରଧାନ, ସୁମତି ରାଣି ଦେ, ବିଷ୍ଣୁପ୍ରିୟା ଅଧିକାରୀ, ଜୁବୁଲି ମହାନ୍ତି ଓ ଜାନକୀ ମହାରଣା ପ୍ରମୁଖ ଭାଗ ନେଇଥିଲେI

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories