www.samajalive.in
Thursday, December 11, 2025
18.1 C
Bhubaneswar

ମାଲକାନଗିରି ଗସ୍ତରେ ପୁଲିସ ଆଇଜି ଅମିତାଭ ଠାକୁର, ନକ୍ସଲ ମୁକାବିଲା ନେଇ ପ୍ରସ୍ତୁତ ହେବ ନୂଆ ରଣନୀତି

ମାଲକାନଗିରି: ଆଜି ମାଲକାନଗିରି ଜିଲା ଗସ୍ତରେ ପୁଲିସ ଆଇଜି ଅମିତାଭ ଠାକୁର ଯାଇଛନ୍ତି। ତାଙ୍କ ସହିତ ଗୁଇନ୍ଦା ନିର୍ଦେଶକ ଆର୍.କେ.ଶର୍ମା, ଏସଓଜି କମାଣ୍ଡେଣ୍ଟ ଅନିରୁଦ୍ଧ ସିଂ ଓ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିମ ଅହମ୍ମଦ ଖାନ ପ୍ରମୁଖ ସାମିଲ ହୋଇଛନ୍ତି। ବରିଷ୍ଠ ପୁଲିସ ଅଧିକାରୀମାନେ ପ୍ରଥମେ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବା ପରେ ମାଲକାନଗିରି ଏସ୍‌ପିଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ସେଠାରେ ମାଲକାନଗିରି ଏସ୍‌ପି ଓ ବିଏସଏଫ ଅଧିକାରୀଙ୍କ ସହ ନକ୍ସଲ ମୁକାବିଲା ନେଇ ନୂତନ ରଣନୀତି ପ୍ରସ୍ତୁତ କରାଯାଉଛି। ଏହି ଅବସରରେ ବରିଷ୍ଠ ପୋଲିସ ଅଧିକାରୀମାନେ ଗତକାଲି ନକ୍ସଲ ଏକାଉଣ୍ଟରରେ ସାମିଲ ହୋଇଥିବା ଜବାନମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଆଗାମୀ ଦିନରେ ସ୍ବାଭିମାନ ଅଞ୍ଚଳରେ ଆହୁରି ଦୁଇଟି ବିଏସଏଫ କ୍ୟାମ୍ପ ସ୍ଥାପନ କରିବା ଲାଗି ବୈଠକରେ ନିଷ୍ପତ୍ତି ହୋଇଛି।

Hot this week

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

Related Articles

Popular Categories