www.samajalive.in
Tuesday, December 9, 2025
16.1 C
Bhubaneswar

ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ; ନୂଆ ଆକ୍ରାନ୍ତ ୩୮, ୭୭୨ ; ମୃତ ୪୪୩

ନୂଆଦିଲ୍ଲୀ : ଦେଶରେ ଗତକାଲି ତୁଳନାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି। ୨୪ ଘଣ୍ଟାରେ ୩୮, ୭୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୪୪୩ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୭ ହଜାର ୧୩୯ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଲକ୍ଷ ୩୧ ହଜାର ୬୯୨କୁ ବୃଦ୍ଧି ପାଇଛି। ୪ଲକ୍ଷ ୪୬ ହଜାର ୯୫୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୮ଲକ୍ଷ ୪୭ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories