www.samajalive.in
Friday, December 12, 2025
23.1 C
Bhubaneswar

ଆଜି ଭୁବନେଶ୍ବରରୁ ୨୮ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୫୪

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍ ୪ଟି ହୋଇଥିବାବେଳେ ୨୪ଜଣ ଲୋକାଲ୍‌ କଣ୍ଟାକ୍ଟ କେସ୍‌ କରୋନା ଆକ୍ରାନ୍ତ ରହିଛନ୍ତି। କ୍ବାରେଣ୍ଟାଇନ୍‌ କେସ୍‌ ମଧ୍ୟରୁ ବଡ଼ଗଡ଼ରୁ ୨ଜଣ ସହିତ ସହିଦନଗର ଓ ସୁନ୍ଦରପଦା ଅଞ୍ଚଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ୍‌ କଣ୍ଟାକ୍ଟ କେସ୍‌ ମଧ୍ୟରୁ ନୀଳାଦ୍ରିବିହାର ୩ ଓ ବରମୁଣ୍ଡାରୁ ୨ଜଣ ସମେତ ଅଶୋକନଗର, ବଡ଼ଗଡ଼, ବିଜେବିନଗର, ଗୌତମନଗର, ଘାଟିକିଆ, ଆଇଆର୍‌ସି ଭିଲେଜ, କଳିଙ୍ଗନଗର, କଳିଙ୍ଗବିହାର, ଖଣ୍ଡଗିରି, ମୈତ୍ରୀବିହାର, ଲକ୍ଷ୍ମୀସାଗର, ମଞ୍ଚେଶ୍ବର, ନୟାପଲ୍ଲୀ, ପୁରୁଣା ଭୁବନେଶ୍ବର, ରସୁଲଗଡ଼, ସହିଦନଗର, ସାମନ୍ତରାପୁର, ସତ୍ୟନଗର, ଶାସ୍ତ୍ରୀନଗର ଆଦି ଅଞ୍ଚଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅପରପକ୍ଷରେ ଆଜି ଭୁବନେଶ୍ବରରେ ୫୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ମୋଟ ୩୦୭୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୦୦୮୧ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୩୦ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ଆଜି ସୁଦ୍ଧା ଭୁବନେଶ୍ବରରେ ୨୧୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁହୋଇଛି ବୋଲି ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

Related Articles

Popular Categories