www.samajalive.in
Monday, December 8, 2025
27.1 C
Bhubaneswar

ବାଇକ୍‍ ଦୁର୍ଘଟଣାରେ ଜଣେ ଗୁରୁତର

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣା କଟକ ଥାନା ଅର୍ନ୍ତଗତ ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥର ଲଇଗାଁ ଢାବା ନିକଟରେ ଶୁକ୍ରବାର ବାଇକ୍‍ ଦୁର୍ଘଟଣାରେ ଜଣେ ଗୁରୁତର ଆହାତ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟା ସମୟରେ ଲୁଣିବାହାଲ ପଟୁ ଏକ ଆପାଚି ବାଇକ ଯୋଗେ ଦୁଇ ଜଣ ଯୁବକ ରାମ୍ଭିକଟା ଆଡକୁ ଯାଉଥିବା ସମୟରେ ଲଇଗାଁ ଢାବା ନିକଟରେ ଗାଡିଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।ଏଥିରେ ଗାଡି ପଛରେ ବସିଥିବା ରାମ୍ଭିକଟା ଗ୍ରାମର ଚିତ୍ରସେନ କହଁର(୨୨)ଙ୍କ ଗୋଟିଏ ଗୋଡ ଭାଙ୍ଗିଯାଇଥିବା ଜଣାପଡ଼ିଛି।ଖବର ପାଇ ହରଭଙ୍ଗା ଦମକଳବାହୀନୀ ଘଟଣାସ୍ଥଳରେ ପହଞ୍ଚି ଚିତ୍ରସେନଙ୍କୁ ଉଦ୍ଧାର କରି ପୁରୁଣାକଟକ ମେଡିକାଲରେ ଚିକିତ୍ସା ପାଇଁ ଭର୍ତୀ କରିଥିବା ଜଣାପଡ଼ିଛି।ପୁରୁଣାକଟକ ପୁଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories