www.samajalive.in
Wednesday, December 10, 2025
26.1 C
Bhubaneswar

ବିଧାୟକ ଓ  କଂଗ୍ରେସ ନେତୃବୃନ୍ଦଙ୍କୁ ଗୁରୁମନ୍ତ୍ର ଦେଲେ ଓଡିଶା ପ୍ରଭାରୀ ଡ. ଏ. ଚେଲାକୁମାର

ଭୁବନେଶ୍ୱର:   ଓଡିଶା କଂଗ୍ରେସ ପ୍ରଭାରୀ ସାଂସଦ ଡ. ଏ. ଚେଲାକୁମାର ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଂଚିଛନ୍ତି। ପ୍ରଥମ ଦିନରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ଭବନ ଠାରେ ଅନୁଷ୍ଠିତ କଂଗ୍ରେସ ବିଧାୟକ ଦଳ ବୈଠକରେ ଡ. ଚେଲାକୁମାର ବର୍ତମାନର ରାଜନୈତିକ ପରିସ୍ଥିତି ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛନ୍ତି।  ଆଗାମୀ ଦିନରେ କଂଗ୍ରେସକୁ ଲୋକାଭିମୁଖୀ କରିବା ଓ ତଳସ୍ତରରୁ ସଂଗଠନକୁ ସୁଦୃଢ଼ କରିବା ପାଇଁ ରଣନୀତି ସଂପର୍କରେ ପରାମର୍ଶ ସେ ଦେଇଛନ୍ତି ।  ଏହି ବୈଠକରେ ପ୍ରଦେଶ କଂଗ୍ରେସ କମିଟି ସଭାପତି  ନିରଞ୍ଜନ ପଟ୍ଟନାୟକ ଓ ଏଆଇସିସି ସଂପାଦକ ଜି. ରୁଦ୍ରରାଜୁ, ବିଧାୟକ ସୁରେଶ କୁମାର ରାଉତରାୟ, ତାରାପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ମହମ୍ମଦ ମୋକିମ, ରମେଶ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।


ଅପରାହ୍ନରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ପିସିସି ସଭାପତି  ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବରିଷ୍ଠ କଂଗ୍ରେସ ନେତୃବୃନ୍ଦମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ କଂଗ୍ରେସ ପ୍ରଭାରୀ ଡ. ଚେଲାକୁମାର କଂଗ୍ରେସ ସଂଗଠନକୁ ସୁଦୃଢ଼ କରି ଲୋକାଭିମୁଖି କରିପାରିଲେ ଆମ୍ଭେମାନେ ପୂର୍ବ ଗୌରବକୁ ଫେରାଇ ଆଣିପାରିବା ବୋଲି ନେତାମାନଙ୍କୁ ପରାମର୍ଶ ଦେଇଛନ୍ତି ।  ଆଗାମୀ ପୌର ଦିନରେ ସମସ୍ତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀ ଏକତ୍ରିତ ହୋଇ ବିଜେଡି ବିଜେପି ବିରୁଦ୍ଧରେ ସଂଗ୍ରାମ ଜାରି ରଖିବାକୁ ସେ ଦିଗଦର୍ଶନ ଦେଇଛନ୍ତି।

- Advertisement -

ପିସିସି ସଭାପତି ଶ୍ରୀ ପଟ୍ଟନାୟକ ସମସ୍ତଙ୍କର ସହଯୋଗ କାମନା କରିବା ସହ ଏକଜୁଟ ହୋଇ କାର୍ଯ୍ୟ କରିବାକୁ ସେ ଆହ୍ୱାନ ଦେଇଥିଲେ। ବୈଠକରେ ଜି. ରୁଦ୍ର ରାଜୁ, ଏଆଇସିସି ସଦସ୍ୟ ଭକ୍ତ ଦାସ, ବିଶ୍ୱରଞ୍ଜନ ମହାନ୍ତି, ବିଧାୟକ ଦଳ ନେତା ନରସିଂହ ମିଶ୍ର, କାର୍ଯ୍ୟକାରୀ ସଭାପତି ଚିରଞ୍ଜିବ ବିଶ୍ୱାଳ, ପ୍ରଦୀପ ମାଝୀଙ୍କ ସମେତ ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ପୂର୍ବତନ ସାଂସଦ ରାମଚନ୍ଦ୍ର ଖୁଂଟିଆ, ଅନନ୍ତ ପ୍ରସାଦ ସେଠୀ, ଜଗନ୍ନାଥ ପଟ୍ଟନାୟକ, ରାଧାକାନ୍ତ ଦିଗଲ, ପୂର୍ବତନ ମନ୍ତ୍ରୀ ପଂଚାନନ କାନୁନଗୋ, ବିଜୟଲକ୍ଷ୍ମୀ ସାହୁ, ବିପିନ ଦାସ ଓ ବହୁ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଆସନ୍ତା କାଲି ଡ. ଚେଲାକୁମାର, ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ସହ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ନୟାଗଡ ଜିଲ୍ଲା ଗସ୍ତ କରି ମୃତ ପରୀର ପରିବାରବର୍ଗଙ୍କୁ ଭେଟିବେ ବୋଲି ପିସିସି କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶ।

 

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories