www.samajalive.in
Friday, December 12, 2025
15.1 C
Bhubaneswar

ଦୁଇଦିନ ପଡ଼ିବ କୁହୁଡି

ଭୁବନେଶ୍ବର: ଆଗାମୀ ଦୁଇଦିନ କେତେକ ସ୍ଥାନରେ ଘନକୁହୁଡି ଅନୁଭୂତ ହେବା ସହ ୫ଦିନ ଧରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। କ୍ରମଶଃ ଶୀତ ଜାରି ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୬ ସହରରେ ସର୍ବନିମ୍ନ ତାପମାତ୍ରା ୧୫ଡିଗ୍ରୀ ସେଲସିୟସ୍‌ ତଳକୁ ଖସି ଆସିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ମୟୁରଭଞ୍ଜ, ଖୋର୍ଦ୍ଧା, ଢେଙ୍କାନାଳ ଏବଂ ଅନୁଗୋଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡି ପଡିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିସହ ସୁନ୍ଦରଗଡ, କେନ୍ଦୁଝର, ଯାଜପୁର ଏବଂ କଟକ ଜିଲାକୁ ଏଲୋ ୱାର୍ଣ୍ଣିଂ ଦିଆଯାଇଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, କନ୍ଧମାଳ ଏବଂ କଳାହାଣ୍ଡି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡି ପଡିବ ବୋଲି ବିଭାଗ ପୂର୍ବାନୁମାନ କରିଛି। ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଏବଂ ଅନୁଗୋଳ ଜିଲାକୁ ଏଲୋ ୱାର୍ଣ୍ଣିଂ ଦିଆଯାଇଛି। ଅପରପକ୍ଷରେ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଆସନ୍ତା ୧୦ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ ଓ ଶୀତର ପ୍ରକୋପ ଜାରି ରହିବ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories