www.samajalive.in
Thursday, December 11, 2025
13.1 C
Bhubaneswar

ଆଜି ପ୍ରଥମାଷ୍ଟମୀ

ଓଡ଼ିଆ ପାଞ୍ଜି ଅନୁସାରେ, ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି। ଏହି ଦିନ ବଂଶର ପ୍ରଥମ ଜାତ ସନ୍ତାନ ବା ଜ୍ୟେଷ୍ଠ ପିଲାଙ୍କର ନବବସ୍ତ୍ର ପରିଧାନ, ବନ୍ଦାପନା ଓ ମିଷ୍ଟାନ୍ନ ଭକ୍ଷଣାଦି ହୁଏ। ଜ୍ୟେଷ୍ଠ ସନ୍ତାନଙ୍କ ବନ୍ଦାପନା ପରେ ପଞ୍ଚପଲ୍ଲବ, ପଞ୍ଚ ଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ। ଏଣ୍ଡୁରି ପିଠା ହେଉଛି ପ୍ରଥମାଷ୍ଟମୀର ବିଶେଷତ୍ବ। ଛେନା, ନଡ଼ିଆପୁର, ଗୁଡ଼, ଉଆପକ୍ଷିଆ ଚାଉଳ, ହଳଦୀ ପତ୍ର ଏବଂ ବିରିରେ ପିଠା ତିଆରି କରାଯାଏ। ହଳଦୀ ପତ୍ରର ମହମହ ବାସ୍ନାରେ ପିଠାରେ ସୁଆଦ ଅଧିକ ରୁଚିକର ଲାଗେ।

ପ୍ରଥମାଷ୍ଟମୀର ଅନ୍ୟ ନାମ ‘ସୌଭାଗିନୀ ଅଷ୍ଟମୀ’। ପୂର୍ବେ ଏହିଦିନ ସୌଭାଗିନୀ ଦେବୀଙ୍କର ପୂଜା ପ୍ରଚଳିତ ଥିଲା। ଓଡ଼ିଆଘରର ଏଇ ପର୍ବର ଅନ୍ୟ ଏକ ବୈଶିଷ୍ଟ୍ୟ ମଧ୍ୟ ରହିଛି। ଓଡ଼ିଶାରେ ଏହିଦିନ ଭୁବନେଶ୍ବର ଲିଙ୍ଗରାଜ ମହାପ୍ରଭୁଙ୍କର ମାମୁଘର ଯାତ୍ରା ହୋଇଥାଏ। କୃଷିପ୍ରଧାନ ଆମ ରାଜ୍ୟରେ ଗରିବ, ଧନୀ ନିର୍ବିଶେଷରେ ସମସ୍ତେ ପ୍ରଥମାଷ୍ଟମୀ ପର୍ବ ପାଳନ କରିଥାନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories