www.samajalive.in
Saturday, December 13, 2025
23.1 C
Bhubaneswar

ତେଲିବନ୍ଧ କ୍ଲଷ୍ଟରର ଶିକ୍ଷକ ସମାବେଶ ଓ କର୍ମଶାଳା, ପଦୋନ୍ନତି ଶିକ୍ଷକଙ୍କୁ ସମ୍ମାନୀତ

ବୌଦ୍ଧ : ବୌଦ୍ଧ ବ୍ଲକ ଅନ୍ତର୍ଗତ ତେଲିବନ୍ଧ କ୍ଲଷ୍ଟରର କମ୍ପରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧରକାରୀ ଧୃବଚରଣ ଘିବେଲା ଯୋଗଦାନ କରି ବିଦ୍ୟାଳୟର ପରିବେଶକୁ ସୁରକ୍ଷା, ଛାତ୍ରଛାତ୍ରୀମାନଙ୍କୁ ଭଲ ଶିକ୍ଷାଦାନ କରିବା, ବଗିଚା ସୃଷ୍ଟି କରିବା ଏବଂ ସମସ୍ତ କର୍ମଚାରୀଙ୍କ ମଧ୍ୟରେ ସୁସଂପର୍କ ରକ୍ଷା କରିବା ପାଇଁ ପରାମର୍ଶ ପ୍ରଦାନ କରିଥିଲେ। ସମ୍ମାନୀତ ଅତିଥିଭାବେ ଏବିଇଓ କମଳାକାନ୍ତ ଦଳବେହେରା ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ଗୁରୁତ୍ୱପୁର୍ଣ୍ଣ ଭୂମିକା ମସଂପର୍କରେ ଆଲୋକପାତ କରିଥିଲେ। ସିଆର୍‍ସିସି ରାଜ କୁମାର ପ୍ରଧାନ କର୍ମଶାଳାକୁ ପରିଚାଳନା କରିଥିଲେ। ପଦୋନ୍ନତି ପାଇଥିବା ଶିକ୍ଷକ ଶିବ ପ୍ରଧାନ, ସନତ୍‍ କୁମାର ପ୍ରଧାନ, ସୁଶିଲ କୁମାର ପରିଡା, ଚମ୍ପେଶ୍ୱର ମିଶ୍ର, ନରେନ୍ଦ୍ର କୁମାର ସାହୁ, ଯାଜ୍ଞସେନୀ ନାୟକ ଓ ହାଡିବନ୍ଧୁ ମିର୍ଦ୍ଧାଙ୍କୁ ଉପଢୌକନ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଶିକ୍ଷକ ଗିରୀଶ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories