www.samajalive.in
Monday, December 8, 2025
24.1 C
Bhubaneswar

ଟୀକାକରଣ ପାଇଁ ରାଜ୍ୟର ପ୍ରସ୍ତୁତି ଆଗରେ – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନସିଂ ଜରିଆରେ କୋଭିଡ ମୁକାବିଲାର ସମୀକ୍ଷା ଅବସରରେ ରାଜ୍ୟର କୋଭିଡ ମୁକାବିଲା କାର୍ଯ୍ୟକ୍ରମରେ ସନ୍ତୋଷ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପୂଜା ସମୟରେ ଯେଉଁ ଆଶଙ୍କା ଥିଲା ତାହା ସଫଳତାର ସହ ଦୂର ହୋଇପାରିଛି । ସେହିପରି ଶୀତଋତୁର ଆଶଙ୍କା ମଧ୍ୟ ଦୂରୀଭୂତ ହେବ ବୋଲି ସେ ଆଶାପ୍ରକାଶ କରିଛନ୍ତି। କୋଭିଡ ପରିଚାଳନାରେ ଓଡିଶା ଦେଶର ଶ୍ରେଷ୍ଠ ରାଜ୍ୟମାନଙ୍କ ମଧ୍ୟରେ ସ୍ଥାନ ପାଇଛି ଏବଂ ଏହାକୁ ନୀତି ଆୟୋଗ ମଧ୍ୟ ପ୍ରଶଂସା କରିଛି ବୋଲି ସେ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କୋଭିଡ-୧୯ ଯୋଗୁ ଉପୁଜିଥିବା ଅର୍ଥନୈତିକ ଆହ୍ବାନର ମୁକାବିଲା ପାଇଁ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥା ସଂପୂର୍ଣ୍ଣ ଭାବେ ସଜାଗ ରହି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଯେ ରାଜ୍ୟ ସରକାର ଜୀବିକା ସୃଷ୍ଟି ସଂପର୍କିତ କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଦେଇ କାର୍ଯ୍ୟ କରୁଛନ୍ତି। ଜୀବିକା କାର୍ଯ୍ୟକ୍ରମ ସହିତ ଚାଷୀ, ମିଶନ ଶକ୍ତି, କୃଷକ ଓ ଏମଏସଏମଇମାନଙ୍କୁ ଋଣ ପ୍ରଦାନ କାର୍ଯ୍ୟକ୍ରମ ସଂପର୍କରେ ସେ ଡିସେମ୍ବର ୨୨ ତାରିଖ ଦିନ ଜିଲ୍ଲାପାଳ ଓ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସହ ସମୀକ୍ଷା କରିବେ ବୋଲି ମୁକଜ୍ୟମନ୍ତ୍ରୀ କହିଛନ୍ତି। ତେବେ ଏହିସବୁ ଜୀବିକା କାର୍ଯ୍ୟକ୍ରମକୁ ଋଣ ପ୍ରଦାନରେ ଅବହେଳାକୁ ଆଦୌ ବରଦାସ୍ତ କରାଯିବ ନାହିଁ ବୋଲି ସେ କହିଛନ୍ତି। ଏ କ୍ଷେତ୍ରରେ ଅବହେଳା କରୁଥିବା ବ୍ୟାଙ୍କ ସଂପର୍କରେ ସେହି ଦିନ ହିଁ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟକୁ ଅବଗତ କରାଯିବ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି।

- Advertisement -

ଦେଶରେ ଟୀକାକରଣ ପ୍ରକ୍ରିୟା ଖୁବ ଶୀଘ୍ର ଆରମ୍ଭ ହେବାର ସମ୍ଭାବନା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଥିପାଇଁ ରାଜ୍ୟରେ ସଂପୂର୍ଣ୍ଣ ଡାଟାବେସ୍‌ ପ୍ରସ୍ତୁତ ହୋଇଛି ଏବଂ ଆନୁସଙ୍ଗିକ ବ୍ୟବସ୍ଥା ମଧ୍ୟ କରାଯାଇଛି। ତେବେ ଦେଶରେ ଟୀକାକରଣ ପ୍ରକ୍ରିୟା ଏକ ବର୍ଷରୁ ମଧ୍ୟ ଅଧିକ ସମୟ ଲାଗିପାରେ ବୋଲି ଅନୁମାନ କରାଯାଉଛି ବୋଲି ପ୍ରକାଶ କରି ଏ ସମୟରେ ସମସ୍ତ ପ୍ରକାର କୋଭିଡ ନିୟମାବଳୀକୁ ପୂର୍ବ ଭଳି ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ। କୋଭିଡ ନିୟମାବଳୀ ଓ ଟୀକାକରଣ ସଂପର୍କରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଉପଯୁକ୍ତ ସୂଚନା ଅଭିଯାନ ମଧ୍ୟ କାର୍ଯ୍ୟକାରୀ କରିବାକୁ ସେ ପରାମର୍ଶ ଦେଇଛନ୍ତି।

ଏହି ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି ଯେ ରାଜ୍ୟରେ କୋଭିଡ ପରିସ୍ଥିତିରେ ଦ୍ରୁତ ଉନ୍ନତି ଜାରି ରହିଛି। ରାଜ୍ୟ ସରକାର ଟୀକାକରଣ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କେନ୍ଦ୍ର ସରକାରଙ୍କ ସହ ପରାମର୍ଶ କରି କାର୍ଯ୍ୟକାରୀ କରୁଛନ୍ତି। ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର କହିଛନ୍ତି ଯେ କୋଭିଡ ମୁକାବିଲାରେ ରାଜ୍ୟର ଉନ୍ନତ ପ୍ରଦର୍ଶନ ଜାରି ରହିଛି। ଆରୋଗ୍ୟ ହାର ବର୍ତ୍ତମାନ ୯୮.୫୨ ପ୍ରତିଶତ ରହିଛି, ଯାହାକୁ ସାରା ଦେଶରେ ଦ୍ବିତୀୟ ସର୍ବଶ୍ରେଷ୍ଠ ସୂଚକାଙ୍କ। ସେହିପରି ଦୈନିକ ସଂକ୍ରମଣ ହାର ପ୍ରଥମ ଥର ପାଇଁ ୧ ପ୍ରତିଶତରୁ ହ୍ରାସ ପାଇ ବର୍ତ୍ତମାନ ୦.୯୬ ପ୍ରତିଶତରେ ରହିଛି ବୋଲି ସେ କହିଛନ୍ତି।

ସେ କହିଥିଲେ ଯେ ଡିସେମ୍ବର ୩୧ ତାରିଖ ସୁଦ୍ଧା ଗଞ୍ଜାମ, ନୟାଗଡ ଓ କୋରାପୁଟରେ ସେରୋ ସର୍ଭେ କରାଯିବ ଏବଂ ଜାନୁଆରୀରେ କଟକ ଓ ଭୁବନେଶ୍ବରରେ କରାଯିବ। ନିର୍ବାଚନ ପ୍ରକ୍ରିୟାର ଅନୁକରଣରେ ଟୀକାକରଣ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯିବ ବୋଲି ସେ କହିଛନ୍ତି। ଏଥିରେ ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ପୁଲିସ ପ୍ରଶାସନର କୋଭିଡ ମୁକାବିଲା ସଂପର୍କରେ ସୂଚନା ଦେଇଥିଲେ।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories