www.samajalive.in
Saturday, December 13, 2025
26.1 C
Bhubaneswar

ସରକାର ଯୋଗାଇଲେ ୨୮ ପ୍ରକଳ୍ପକୁ ଜମି, ବିନିଯୋଗ ହେବ ୫୮୮କୋଟି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କୋଭିଡ୍‌-୧୯ ଯୋଗୁଁ ସୃଷ୍ଟି ହୋଇଥିବା ଅର୍ଥନୈତିକ ଆହ୍ୱାନର ମୁକାବିଲା ପାଇଁ ସଂପୂର୍ଣ୍ଣ ସଜାଗ ରହିବା ନିମନ୍ତେ ରାଜ୍ୟ ପ୍ରଶାସନିକ କଳକୁ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଦ୍ରୁତ ଶିଳ୍ପାୟନ ସହ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ପ୍ରାୟ ୫୮୮ କୋଟି ଟଙ୍କା ବିନିଯୋଗରେ ହେବାକୁ ଥିବା ୨୮ଟି ପ୍ରକଳ୍ପକୁ ରାଜ୍ୟ ସରକାର ଜମି ବଣ୍ଟନ କରିଛନ୍ତି । ପ୍ରତ୍ୟକ୍ଷ ଭାବେ ୩୨୪୫ ଜଣଙ୍କ ପାଇଁ ନିଯୁକ୍ତି ସମ୍ଭାବନା ଥିବା ଏହି ପ୍ରକଳ୍ପଗୁଡ଼ିକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ନିର୍ଦେଶ ଦିଆଯାଇଛି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସେ ଜିଲାପାଳ ଏବଂ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସହ ଡିସେମ୍ବର ୨୨ ତାରିଖ ଦିନ ଜୀବନଜୀବିକା ଏବଂ କୃଷକ, ମିଶନ ଶକ୍ତି ଏବଂ ଏମ୍‌ଏସ୍‌ଏମ୍‌ଇମାନଙ୍କୁୁ ଋଣ ଯୋଗାଣ ଉପରେ ଆଲୋଚନା କରିବେ। ଜୀବନଜୀବିକା କାର୍ଯ୍ୟକ୍ରମଗୁଡ଼ିକୁ ପାଣ୍ଠି ଯୋଗାଣ ନେଇ କୌଣସି ପ୍ରକାର ଅବହେଳାକୁ ଆଦୌ ବରଦାସ୍ତ କରାଯିବ ନାହିଁ ଏବଂ ଅବହେଳା କରୁଥିବା ବ୍ୟାଙ୍କଗୁଡ଼ିକ ସଂପର୍କରେ କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories