www.samajalive.in
Sunday, December 14, 2025
26.1 C
Bhubaneswar

କୃଷି ଆଇନକୁ ବିରୋଧ କରି ୱାଶିଂଟନରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ‘ଖାଲିସ୍ତାନ ପତାକା’ ଉଡ଼ାଇ ବିରୋଧ ପ୍ରଦର୍ଶନ

ଓ୍ୱାଶିଂଟନ: କୃଷି ଆଇନକୁ ବିରୋଧ କରି ଆମେରିକାର ୱାଶିଂଟନରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଆଗରେ ବିକ୍ଷୋଭ ପ୍ରଦର୍ଶନ ହୋଇଛି। ଭାରତୀୟ ଦୂତାବାସ ଆଗରେ ରହିଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେବିରୋଧ ପ୍ରଦର୍ଶନ ସମୟରେ ‘ଖାଲିସ୍ତାନ ପତାକା’ ମଧ୍ୟ ଦେଖିବାକୁ ମିଳିଥିଲା। ଏହି ଘଟଣାକୁ ନେଇ ଆମେରିକା ଦୂତାବାସ ଓ ଆମେରିକା ପ୍ରଶାସନ ନିକଟରେ ପ୍ରତିବାଦ କରିଛି ଭାରତ। ଏହି ଘଟଣାର ତଦନ୍ତ ସହିତ ଦୃଢ଼ କାର୍ୟ୍ୟାନୁଷ୍ଠାନ ପାଇଁ ଭାରତ ଦାବି କରିଛି।

- Advertisement -

ୱାଶିଂଟନ୍‌ରେ ଥିବା ଭାରତୀୟ ଦୂତାବାସ ଟ୍ୱିଟ୍ କରି କହିଛି ଯେ, ଦୂତାବାସ ନିକଟସ୍ଥ ମହାତ୍ମା ଗାନ୍ଧୀ ମେମୋରିଆଲ ପ୍ଲାଜାରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଖାଲିସ୍ତାନୀଙ୍କ ଦ୍ୱାରା ନଷ୍ଟ କରାଯାଇଛି। ଏହି ଘଟଣାକୁ ଦୂତାବାସ ଦୃଢ଼ ନିନ୍ଦା କରୁଛି। ଘଟଣାର ତ୍ୱରିତ ତଦନ୍ତ ସହିତ ଅପରାଧୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ପାଇଁ ଭାରତ ଦାବି କରିଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories