www.samajalive.in
Monday, December 8, 2025
27.1 C
Bhubaneswar

ସୀମା ବିବାଦ: ୧୫ ଦିନର ଭୀଷଣ ଯୁଦ୍ଧ ପାଇଁ ଅସ୍ତ୍ରଶସ୍ତ୍ର ମହଜୁଦ ରଖିବାକୁ ସେନାକୁ ସରକାରଙ୍କ ଅନୁମତି

ନୂଆଦିଲ୍ଲୀ : ପୂର୍ବ ଲଦାଖର ବାସ୍ତବ ନିୟନ୍ତ୍ରଣ ରେଖା (ଏଲଏସି)ରେ ଚୀନ୍ ସହ ଉତ୍ତେଜନା ଲାଗି ରହିଥିବା ବେଳେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ୧୫ ଦିନର ଭୀଷଣ ଯୁଦ୍ଧ ପାଇଁ ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ମହଜୁଦ ରଖିବାକୁ ସେନାକୁ ସରକାର ଅନୁମତି ଦେଇଛନ୍ତି। ପୂର୍ବରୁ ସେନା ୧୦ ଦିନ ପାଇଁ ଅସ୍ତ୍ରଶସ୍ତ୍ର ମହଜୁଦ ରଖୁଥିଲା। ଚୀନ୍ ସହ ଉତ୍ତେଜନା ଏବଂ ପାକିସ୍ତାନ ପକ୍ଷରୁ ବାରମ୍ବାର କରାଯାଉଥିବା ଆକ୍ରମଣକୁ ଦେଖି ଏହି ନିଷ୍ପତ୍ତି ନିଆଯାଇଛି।

ଏବେ ଯୁଦ୍ଧକାଳୀନ ପରିସ୍ଥିତିରେ ୧୫ ଦିନ ଲଢ଼ିବା ଭଳି ଅସ୍ତ୍ରଶସ୍ତ୍ର ଗଚ୍ଛିତ ରଖାଯିବ। ତେବେ ଏହି ଅଧିକ ଅସ୍ତ୍ରଶସ୍ତ୍ର ଗଚ୍ଛିତ ରଖିବାକୁ ୩ସେନାକୁ ପ୍ରାୟ ଅଧିକ ୫୦ ହଜାର କୋଟି ଖର୍ଚ୍ଚ କରିବାକୁୁ ହେବ। ବହୁବର୍ଷ ପୂର୍ବରୁ ଯୁଦ୍ଧକାଳୀନ ପରିସ୍ଥିତିରେ ୪୦ ଦିନ ପାଇଁ ଅସ୍ତ୍ରଶସ୍ତ୍ର ଗଚ୍ଛିତ ରଖିବାକୁ ନିଷ୍ପତ୍ତି ହୋଇଥିଲା। ହେଲେ ଏସବୁକୁ ମହଜୁଦ ରଖିବା ଏକ କଷ୍ଟକର ବ୍ୟାପାର। ଏହାଛଡ଼ା ସମୟ ସହ ଯୁଦ୍ଧର କୌଶଳ ଓ ଉପକରଣ ବଦଳୁଥିବାରୁ ଏତେ ଦିନ ପାଇଁ ମହଜୁଦ ରଖିବାକୁ ନେଇ ପ୍ରଶ୍ନ ଉଠିଥିଲା। ଏ ନେଇ ପରେ ଏହାକୁ ୧୦ ଦିନକୁ କମାଇ ଦିଆଯାଇଥିଲା। ଉରି ଆକ୍ରମଣ ପରେ ଅନୁଭବ କରାଯାଇଥିଲା ଯେ, ପର୍ଯ୍ୟାପ୍ତ ପରିମାଣର ଅସ୍ତ୍ରଶସ୍ତ୍ର ଗଚ୍ଛିତ ନାହିଁ। ଏହାକୁ ବଢ଼ାଇବା ପାଇଁ ସେତେବେଳର ପ୍ରତିରକ୍ଷା ମନ୍ତ୍ରୀ ମନୋହର ପାରିକର ସେନାକୁ ଅନୁମତି ଦେଇଥିଲେ। ଏହା ସହ ୫ ଶହ କୋଟି ପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ର କିଣିବା ପାଇଁ ତିନି ସେନାକୁ ଜରୁରୀ ଆର୍ଥିକ କ୍ଷମତା ଦିଆଯାଇଥିଲା।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories