www.samajalive.in
Wednesday, December 10, 2025
18.1 C
Bhubaneswar

ଏରସମାରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୬ବଖରା ଚାଳଘର

ଏରସମା:ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଜାନକାଦେଇପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ଗତକାଲି ବିଳମ୍ବିତ ରାତି ୨ଘଟିକାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ନରସିଂହପୁର ଗ୍ରାମର ଅକ୍ଷୟ ପ୍ରଧାନ, ବିଜୟ ପ୍ରଧାନ, ଚିନ୍ମୟ ପ୍ରଧାନ, ପଦ୍ମଚରଣ ପ୍ରଧାନ, ଓ ଅଭୟ ପ୍ରଧାନ ପ୍ରଭୃତି ପାଞ୍ଚଟି ପରିବାରର ୧୬ବଖରା ଚାଳଘର ଜଳିଯାଇଥିବା ଜଣାପଡିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଥିବା ବେଳେ ସୌଭାଗ୍ୟ ବଶତଃ କୌଣସି ଜୀବନ ନଷ୍ଟ ହୋଇନାହିଁ। ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇ ଏରସମା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁଲିଭାଇବା ବେଳକୁ ସମ୍ପୂର୍ଣ୍ଣ ଘରଗୁଡିକ ପୋଡିଯାଇଥିଲା। ଅଗ୍ନିବିପ୍ପନ ମାନଙ୍କ ସମ୍ପର୍କରେ ଖବର ପାଇ ସ୍ଥାନୀୟ ରାଜସ୍ୱ ନିରିକ୍ଷକ ପହଞ୍ଚି ଅନୁସନ୍ଧାନ କରିଛନ୍ତି।ତୁରନ୍ତ ଅଗ୍ନିବିପ୍ପନଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଦାବି କରିଛନ୍ତି ସ୍ଥାନୀୟ ଅଞ୍ଚଳବାସୀ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories