www.samajalive.in
Thursday, December 11, 2025
15.1 C
Bhubaneswar

ଲୋକଙ୍କ ବିଶ୍ୱାସ ଓ ଭାବାବେଗକୁ ସମ୍ମାନ ଦେଇଥିବାରୁ ଛତିଶାନିଯୋଗ ଏବଂ ମନ୍ଦିର ପ୍ରଶାସନକୁ ଧନ୍ୟବାଦ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ପୁରୀ ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲାଯିବାର ନିଷ୍ପତ୍ତି ନେଇ ଲୋକମାନଙ୍କର ବିଶ୍ୱାସ ଓ ଭାବାବେଗକୁ ସମ୍ମାନ ଦେଉଥିବାରୁ ଛତିଶାନିଯୋଗ ଓ ମନ୍ଦିର ପ୍ରଶାସନକୁ ଟ୍ୱିଟ୍‍ ଯୋଗେ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହାସହ ରାଜ୍ୟ ସରକାର ଓ ପ୍ରଶାସନର ନିୟମ ମାନି ଦର୍ଶନ କରିବାକୁ ସମସ୍ତ ଅପେକ୍ଷାରତ ଶ୍ରଦ୍ଧାଳୁଙ୍କୁ ଅନୁରୋଧ କରିଛନ୍ତି ଶ୍ରୀ ପ୍ରଧାନ। ଶ୍ରୀ ପ୍ରଧାନ ଟ୍ୱିଟ୍‍ କରି ଲେଖିଛନ୍ତି ଯେ, “ଓଡ଼ିଶାର ଲୋକଙ୍କ ଭାବାବେଗ ସହ ଜଡ଼ିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲାଯିବା ଅତି ଆନନ୍ଦର ବିଷୟ। ଲୋକମାନଙ୍କର ବିଶ୍ୱାସ ଓ ଭାବାବେଗକୁ ସମ୍ମାନ ଦେଇ ଶ୍ରୀମନ୍ଦିର ଖୋଲିବାକୁ ନିର୍ଣ୍ଣୟ ନେଇଥିବାରୁ ଛତିଶାନିଯୋଗ ଏବଂ ମନ୍ଦିର ପ୍ରଶାସନକୁ ଧନ୍ୟବାଦ ଜଣାଉଛି”।
“କରୋନା ସଂକ୍ରମଣର ବିପଦକୁ ଧ୍ୟାନରେ ରଖି ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସମସ୍ତ ନୀତି ଓ ନିୟମକୁ ପାଳନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇବା ପାଇଁ ଅପେକ୍ଷାରତ ସମସ୍ତ ଶ୍ରଦ୍ଧାଳୁଙ୍କୁ ଅନୁରୋଧ”।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories