www.samajalive.in
Saturday, December 13, 2025
26.1 C
Bhubaneswar

ଆଇସିସି ଜାରି କଲା ୨୦୨୨ ମହିଳା ବିଶ୍ୱକପ କ୍ରିକେଟ ସୂଚୀ; ଏହି ଦିନ ଭାରତର ପ୍ରଥମ ମ୍ୟାଚ୍

ନୂଆଦିଲ୍ଲୀ : ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ମଙ୍ଗଳବାର ୨୦୨୨ ମହିଳା କ୍ରିକେଟ ବିଶ୍ବକପର କ୍ରୀଡାସୂଚୀ ଜାରି କରିଛି। ମାର୍ଚ୍ଚ ୪ରୁ ଏପ୍ରିଲ ୩ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟ ନ୍ୟୁଜିଲ୍ୟାଣ୍ଡରେ ଅନୁଷ୍ଠିତ ହେବ। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ୍‌ ଓ୍ୱେଲିଂଟନର ବେସିନ ରିଜର୍ଭରେ ଖେଳାଯିବ । ଟିମ୍‌ ଇଣ୍ଡିଆ ମାର୍ଚ୍ଚ ୬ ତାରିଖରେ ପ୍ରଥମ ମ୍ୟାଚ୍ ଖେଳି ଅଭିଯାନ ଆରମ୍ଭ କରିବ । ଭାରତ ବିଶ୍ବକପର ଚଳିତ ଥର ୭ଟି ମ୍ୟାଚ୍‌ ଖେଳିବ। ଦଳ ନ୍ୟୁଜିଲାଣ୍ଡ, ଅଷ୍ଟ୍ରେଲିଆ, ସାଉଥ୍‌ ଆଫ୍ରିକା ଓ ଇଂଲଣ୍ଡ ଭଳି ଶକ୍ତିଶାଳୀ ଟିମ୍‌ ସହ ୪ଟି ମ୍ୟାଚ୍‌ ଖେଳିବା ପରେ ୩ଟି ମ୍ୟାଚ୍‌ କ୍ବାଲିଫାଏର ଟିମ୍‌ ସହ ଖେଳିବ ।ତେବେ ଏପ୍ରିଲ ୩ ତାରିଖରେ ଖ୍ରୀଷ୍ଟଚର୍ଚ୍ଚ ମଇଦାନରେ ଫାଇନାଲ ମ୍ୟାଚ୍ ଖେଳାଯିବ । ଏହାପୂର୍ବରୁ ଫେବୃଆରୀ ୨୦୨୧ରେ ବିଶ୍ୱକପ୍ ଅନୁଷ୍ଠିତ ହେବାର ଥିଲା। ମାତ୍ର କରୋନା ମହାମାରୀ କାରଣରୁ ଏହାକୁ ଏକ ବର୍ଷ ପାଇଁ ସ୍ଥଗିତ ରଖାଯାଇଥିଲା।

- Advertisement -

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories