www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ଭୁବନେଶ୍ବରରେ ୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୩୬

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ ସେଣ୍ଟରରୁ ୭ ରହିଥିବାବେଳେ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୧୩ ରହିଛି। କ୍ବାରେଣ୍ଟାଇନ୍‌ କେସ୍‌ ମଧ୍ୟରୁ ଜୟଦେବ ବିହାର, ଓୟୁଏଟି କଲୋନୀ, ପଟିଆ, ପୋଖରିପୁଟ, ଟଙ୍କପାଣି ରୋଡ୍‌, ୟୁନିଟ୍-୧, ୟୁନିଟ୍-୩ ଆଦି ଅଞ୍ଚଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ୍‌ କଣ୍ଟାକ୍ଟ କେସ୍‌ ମଧ୍ୟରୁ ପଟିଆ ୪, ଜୟଦେବ ବିହାର ୩, ପୁରୁଣା ଭୁବନେଶ୍ବରରୁ ୨ ସମେତ ଭୀମଟାଙ୍ଗି, ରେଣ୍ଟାଲ୍‌ କଲୋନୀ, ସାମନ୍ତରାପୁର, ସତ୍ୟସାହି ଆଦି ଅଞ୍ଚଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ବରରେ ୩୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୩୧୧୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୦୬୧୬ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୨ଜଣ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୩୩୨ଜଣଙ୍କ ମୃତ୍ୟୁ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଉଛି।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories