www.samajalive.in
Sunday, December 14, 2025
26.1 C
Bhubaneswar

ସଡକ ଦୁର୍ଘଟଣାରେ ଛାତ୍ରୀ ଗୁରୁତର

ପିପିଲି: ପୁରୀ ଜାତୀୟ ରାଜପଥ ପିପିଲି ବାଇପାସ ରାସ୍ତାର ଖଣ୍ଡିଆଗିରି ଗ୍ରାମ୍ୟ ଛକ ଠାରେ ଶୁକ୍ରବାର ସକାଳେ ଏକ ବୋଲେରୋ ପିକଅପ୍ ଧକ୍କାରେ ଜଣେ ସ୍କୁଲ ଛାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ଉଦ୍ଧାର କରାଯାଇ ପିପିଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଛାତ୍ରୀଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ପରେ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପିପିଲି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଗାଡିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।

ସୂଚନା ଅନୁଯାୟୀ, ବୋଲେରୋଟି ପୁରୀରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ବେଳେ ନିୟନ୍ତ୍ରଣ ହରାଇ ରାସ୍ତା କଡକୁ ମାଡି ଆସିଥିଲା। ଫଳରେ ଗାଡ଼ିଟି ସାଇକେଲରେ ଟିଉସନ ଯାଉଥିବା ଛାତ୍ରୀକୁ ଧକ୍କା ଦେଇଥିବା ବେଳେ ପୁନର୍ବାର ଡାହାଣ ପାର୍ଶ୍ଵକୁ ଯାଇ ଡିଭାଇଡର ସହ ଧକ୍କା ହୋଇ ରାସ୍ତା ଉପରେ ଓଲଟି ପଡିଛି।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories