www.samajalive.in
Wednesday, December 10, 2025
23.1 C
Bhubaneswar

୪୮ ଘଣ୍ଟା ମଧ୍ୟରେ ବଢ଼ିବ ଶୀତ, ସବୁ ଜିଲାରେ ରାତିରେ ହ୍ରାସ ପାଇବ ୪ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟାରେ ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇବ। ରାତିରେ ତାପମାତ୍ରା ୪ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଫଳରେ ସମଗ୍ର ରାଜ୍ୟରେ ଶୀତର ପରିମାଣ ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରି କୁହାଯାଇଛି ଯେ ଏବେ ଉତ୍ତର ଏବଂ ଉତ୍ତର ପଶ୍ଚିମ ପଟୁ ଥଣ୍ଡା ଓ ଶୁଷ୍କ ବାୟୁ ଓଡ଼ିଶାକୁ ପ୍ରବେଶ କରୁଛି। ଏହାରା ପ୍ରଭାବ ୪୮ଘଣ୍ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ଏବଂ ଉତ୍ତର ଆଭ୍ୟନ୍ତରୀଣ ଜିଲାଗୁଡିକରେ ଶୀତର ପ୍ରଭାବ ଅଧିକ ରହିବ। ପରବିର୍ତ୍ତୀ ସମୟରେ ରାଜ୍ୟର ଦକ୍ଷିଣ ଏବଂ ଉପକୂଳ ଜିଲାଗୁଡିକରେ ମଧ୍ୟ ଥଣ୍ଡା ଅନୁଭତ ହେବ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ପାଖାପାଖି ୧୦ ଡିଗ୍ରୀ ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରିଛି।
ସେହିପରି ରାଜ୍ୟର ବିଭିନ୍ନ ଜିଲାରେ ରାତିରେ ପାରଦ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ଖସିବା ସମ୍ଭାବନା ରହିଛି। ଗତକାଲି ମଧ୍ୟ ଉତ୍ତର ଅଭ୍ୟାନ୍ତରୀଣର କେତେକ ଜିଲାଗୁଡ଼ିକରେ ତାପମାତ୍ରା ହ୍ରାସ ପାଇଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

ସୀମା ଟପିଲା ବର୍ବରତା: ୬ବର୍ଷର ଝିଅ ସହିତ ନିର୍ଭୟା ପରି ଘଟଣା

ସମାଜ ଡିଜିଟାଲ ଡେସ୍କ: ଗୁଜୁରାଟର ରାଜକୋଟରେ ଚାଞ୍ଚଲ୍ୟ । ଜଣେ ନିର୍ଦ୍ଦୋଷ,...

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

Related Articles

Popular Categories