www.samajalive.in
Tuesday, December 9, 2025
16.1 C
Bhubaneswar

କୋଭିଡ୍‍ ଆରୋଗ୍ୟ ହାର ୯୫.୫୧ ପ୍ରତିଶତ : ୧୬କୋଟିରୁ ଅଧିକ ନମୁନା ପରୀକ୍ଷା

ନୂଆଦିଲ୍ଲୀ : ଦେଶରେ କୋଭିଡ୍‍ ଆରୋଗ୍ୟ ହାର ୯୫.୫୧ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାରରୁ ଅଧିକ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଏଥି ସହିତ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୯୫ ଲକ୍ଷ ୮୦ ହଜାରକୁ ଟପିଯାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଗତ ମେ’ ମାସରେ ଆରୋଗ୍ୟଙ୍କ ସଂଖ୍ୟା ୫୦ ହଜାର ଥିବାବେଳେ ଚଳିତ ମାସରେ ଏହା ୯୫ ଲକ୍ଷ ଅତିକ୍ରମ କରିଯାଇଛି। ଦେଶରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମୋଟ୍‍ ସଂକ୍ରମଣର ୩.
୦୪%  ରହିଛି। ବର୍ତ୍ତମାନ ପ୍ରାୟ ୩ ଲକ୍ଷ ୫ହଜାର ଲୋକଚିକିତ୍ସାଧୀନ ଅଛନ୍ତି।
ମନ୍ତ୍ରଣାଳୟ କହିଛି, ଦେଶରେ ଅଧିକ ନମୁନା ପରୀକ୍ଷା, ସଂକ୍ରମିତମାନଙ୍କୁ ଶୀଘ୍ର ଚିହ୍ନଟ କରିବା ଓ ସେମାନଙ୍କର ତୁରନ୍ତ ଚିକିତ୍ସା କରିବା ଯୋଗୁଁ ଏହି ସଫଳତା ମିଳିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ୬୨୪ ଜଣ ନୂଆ ଲୋକ ସଂକ୍ରମିତ ହେବା ସହ ଦେଶରେ ମୋଟ୍‍ ସଂକ୍ରମଣ ମାମଲା ୧ କୋଟି ୩୧ ହଜାରକୁ ଅତିକ୍ରମ କରିଯାଇଛି। ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଆଉ ୩୪୧ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଦେଶରେ କୋଭିଡ୍‍ ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୪୫ ହଜାର ୪୭୭ରେ ପହଞ୍ଚିଛି। ଆଇସିଏମ୍‍ଆର୍‍ରୁ ମିଳିଥିବା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୭ ହଜାର ନମୁନା ପରୀକ୍ଷା କରାଯାଇଛି। ଫଳରେ ଏପର୍ଯ୍ୟନ୍ତ ମୋଟ୍‍ ୧୬ କୋଟି ରୁ ଅଧିକ ନମୁନା ପରୀକ୍ଷା କରାଯାଇ ସାରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories