www.samajalive.in
Monday, December 8, 2025
13.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ସୁସ୍ଥ ୨୫,୭୦୯ ; ନୂଆ ଆକ୍ରାନ୍ତ ୨୪,୩୩୭

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ମଧ୍ୟରେ ଲଗାତାର ୩୦ ହଜାର ମଧ୍ୟରେ ସୀମିତ ରହୁଛି। ଦିନକରେ ୨୫,୭୦୯ ସୁସ୍ଥ ହୋଇଛନ୍ତି।
୨୪ ଘଣ୍ଟାରେ ୨୪,୩୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୩ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଦେଶରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୫ ହଜାର ୮୧୦ରେ ପହଞ୍ଚିଛି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୦,୫୫,୫୬୦କୁ ବୃଦ୍ଧି ପାଇଛି। ୯୬,୦୬,୧୧୧ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩,୦୩,୬୩୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories