www.samajalive.in
Wednesday, December 10, 2025
26.1 C
Bhubaneswar

ଭୁବନେଶ୍ବର ବିମାନବନ୍ଦରରେ ଚିହ୍ନଟ ବ୍ରିଟେନ ଫେରନ୍ତା ପଜିଟିଭ୍

ଭୁବନେଶ୍ୱର: ବ୍ରିଟେନରେ ଏବେ କରୋନା କାୟା ଦ୍ବିଗୁଣିତ ହୋଇଛି। ନୂଆ ଷ୍ଟ୍ରେନ ମାଡ଼ିବାରେ ଲାଗିଛି। ଏଥିପାଇଁ ବ୍ରିଟେନରୁ ଫେରୁଥିବା ସମସ୍ତ ଯାତ୍ରୀଙ୍କ ଉପରେ ନଜର ରଖାଯାଇଛି। ଗତ ୧୮ ତାରିଖରେ ବ୍ରିଟେନରୁ ଭୁବନେଶ୍ବର ଫେରିଥିବା ଜଣେ ବ୍ୟକ୍ତିଙ୍କୁ ଇତିମଧ୍ୟରେ ଚିହ୍ନଟ କରାଯାଇ ସଙ୍ଗରୋଧରେ ରଖାଯାଇଥିବା ସୂଚନା ମିଳିଛି। ଚିହ୍ନଟ ବ୍ୟକ୍ତିଙ୍କ ସହ ସେ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କ କରୋନା ପରୀକ୍ଷା କରାଯାଇଛି। ବିଏମସି ପକ୍ଷରୁ ମଧ୍ୟ ଏ ସମ୍ପର୍କରେ ସୂଚନା ଦିଆଯାଇଛି। ଏକ ଘରୋଇ ପରୀକ୍ଷାଗାରରେ ସମ୍ପୃକ୍ତ ବ୍ୟକ୍ତିଙ୍କ କରୋନା ପରୀକ୍ଷା କରାଯାଇଥିଲା ଓ ତାହା ପଜିଟିଭ୍ ବାହାରିଥିବା ବିଏମସି କହିଛି।

- Advertisement -

ବ୍ରିଟେନରୁ ଫେରୁଥିବା ସମସ୍ତ ଯାତ୍ରୀଙ୍କ କରୋନା ପରୀକ୍ଷା ପାଇଁ କେନ୍ଦ୍ର ସରକାର ନିର୍ଦେଶ ଦେଇଥିବା ପରିପ୍ରେକ୍ଷୀରେ ଟର୍ମିନାଲ୍ ପରିସରରେ ବିଏମସି ପକ୍ଷରୁ ସ୍ୱତନ୍ତ୍ର କିଓସ୍କରେ ଯାତ୍ରୀଙ୍କୁ ଯାଞ୍ଚ କରାଯିବାକୁ ନିର୍ଦ୍ଦେଶ ଜାରି ହୋଇଛି। ବର୍ତମାନ ଭୁବନେଶ୍ୱରକୁ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ ଅଛି। ପ୍ରତ୍ୟେକ ଦିନ ପ୍ରାୟ ୨୭ଟି ବିମାନ ଆସୁଛି ଓ ୨୭ଟି ବିମାନ ଭୁବନେଶ୍ୱରରୁ ଯାଉଛି। ଏହି ବିମାନରେ ବ୍ରିଟେନରୁ ଆସୁଥିବା ଯାତ୍ରୀମାନଙ୍କ ଉପରେ ତୀକ୍ଷ୍ମ ନଜର ରଖାଯାଇଛି।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories