www.samajalive.in
Wednesday, December 10, 2025
14.1 C
Bhubaneswar

୬ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ସମୁଦ୍ରପତ୍ତନଠାରୁ ୫କିମି ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ଏହାଛଡ଼ା ଏବେ ବାଂଲାଦେଶ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ମଧ୍ୟରେ ଥିବା ଘୂର୍ଣ୍ଣିବଳୟ ଓ ମୌସୁମି ଟ୍ରଫଲାଇନ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୬ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂତ୍ରରୁ ସୂଚନା ମିଳିଛି।
ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଗୁରୁବାର ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଉତ୍ତରଓଡ଼ିଶା ଉପକୂଳର ଅଳ୍ପ କେତେକ ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ
ପରବର୍ତ୍ତୀ ୨୪ଘଣ୍ଟାରେ ଉତ୍ତର ଓଡ଼ିଶା ଉପକୂଳରେ ଅଧିକ ବର୍ଷା ହେବା ସହିତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories