www.samajalive.in
Friday, December 5, 2025
26.1 C
Bhubaneswar

କୋଭିଡ୍‍ ଆରୋଗ୍ୟ ହାର ୯୫.୭୫ ପ୍ରତିଶତ : ସକ୍ରିୟ ଆକ୍ରାନ୍ତଙ୍କଠାରୁ ଆରୋଗ୍ୟଙ୍କ ସଂଖ୍ୟା ୩୪ ଗୁଣ ଅଧିକ

ନୂଆଦିଲ୍ଲୀ :  କୋଭିଡ୍‍ ବିରୋଧରେ ଲଢ଼େଇ କ୍ଷେତ୍ରରେ ଭାରତ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଉଥିବାବେଳେ ଗୁରୁବାର ଏହା ୨.୮୦ ପ୍ରତିଶତରେ ପହଞ୍ଚିଛି। ଦେଶରେ ବର୍ତ୍ତମାନ ଚିକିତ୍ସାଧୀନ ଥିବା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୩ ହଜାର ରହିଛି। ଅନ୍ୟପକ୍ଷରେ ଦେଶରେ କୋଭିଡ୍‍ ଆରୋଗ୍ୟ ହାର ୯୫.୭୫ ପ୍ରତିଶତକୁ ବୃଦ୍ଧି ପାଇଛି। ମୋଟ୍‍ ୯୬ ଲକ୍ଷ ୯୩ ହଜାର ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୦ ହଜାର ଲୋକ ସୁସ୍ଥ ହୋଇଛନ୍ତି।  ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ସକ୍ରିୟ ଆକ୍ରାନ୍ତଙ୍କଠାରୁ
୩୪ ଗୁଣ ଅଧିକ ରହିଛି।

ଦୈନିକ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୨୫ ହଜାରରୁ ନିମ୍ନରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୪ ହଜାର ୭୧୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୧୨ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଦେଶରେ କରୋନାଜନିତ ମୃତ୍ୟୁହାର ୧ .୪୫ ପ୍ରତିଶତ ରହିଛି।
ସେହିପରି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଲକ୍ଷ ୩୯ ହଜାର ନମୁନା ପରୀକ୍ଷା କରାଯାଇଛି। ଏଥିସହିତ ବର୍ତ୍ତମାନ ସୁଦ୍ଧା ଦେଶରେ ୧୬ କୋଟି ୫୩ ଲକ୍ଷ ନମୁନା ପରୀକ୍ଷା କରାଯାଇଛି। ସହଜରେ କୋଭିଡ୍‍-୧୯ ନମୁନା ପରୀକ୍ଷା ପାଇଁ ଆଇସିଏମ୍‍ଆର୍‍ର ପ୍ରଚେଷ୍ଟା ଓ ଭିତ୍ତିଭୂମି ଯୋଗୁଁ ଦେଶରେ ଦୈନିକ ୧୫ ଲକ୍ଷ ନମୁନା ପରୀକ୍ଷାର ସାମାର୍ଥ୍ୟ ରହିଛି। ଗତ
ଜାନୁୟାରୀରେ ଦେଶରେ କେବଳ ଗୋଟିଏ ମାତ୍ର ପରୀକ୍ଷାଗାର ଥିବାବେଳେ ବର୍ତ୍ତମାନ ଏହା ୨ ହଜାର ୨୭୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରେ ୧ ହଜାର ୧୯୯ଟି ସରକାରୀ ଏବଂ ୧ ହଜାର ୭୮ଟି ବେସରକାରୀ ପରୀକ୍ଷାଗାର ରହିଛି।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories