www.samajalive.in
Sunday, December 7, 2025
18.1 C
Bhubaneswar

ଅମିତ ଶାହାଙ୍କ ଆସାମ ଗସ୍ତ ପୂର୍ବରୁ ବୈଜୟନ୍ତ ପଣ୍ଡାଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା

 

ଗୁଆହାଟୀ : ଆସନ୍ତା ୨୬ ତାରିଖରେ ଗୃହମନ୍ତ୍ରୀ ଅମିତ ଶାହା ଆସାମ ଗସ୍ତ କରୁଥିବା ପରିପ୍ରେକ୍ଷୀରେ ବିଭିନ୍ନ ଯୋଜନାର ତଥା ବିଜେପି ଆସାମ ପ୍ରଦେଶର ବିଭିନ୍ନ କାର୍ଯ୍ୟକ୍ରମର ତଦାରଖ ପାଇଁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଆସାମ ପ୍ରଭାରୀ ବୈଜୟନ୍ତ ପଣ୍ଡା ବୁଧବାର ଆସାମରେ ପହଞ୍ଚିଛନ୍ତି। ଗତକାଲି ସେ ଅପରାହ୍ନରେ କରିମଗଞ୍ଜଠାରେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ, ସହ ପ୍ରଭାରୀ ପବନ ଶର୍ମା, ବିଜେପି ରାଷ୍ଟ୍ରୀୟ ମହାମନ୍ତ୍ରୀ ଦିଲ୍ଲୀପ ସାଇକିଆଙ୍କ ସହ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ସମ୍ବୋଧନ କରିଥିଲେ। ଏହି ଅବସରରେ ଆସାମ ମୁଖ୍ୟମନ୍ତ୍ରୀ ସୋନୋୱାଲ ଶ୍ରୀଯୁକ୍ତ ପଣ୍ଡାଙ୍କୁ ହାର୍ଦ୍ଦିକ ସ୍ୱାଗତ କରିଥିଲେ ଏବଂ କହିଥିଲେ ଯେ ଆପଣ ଆମକୁ ସବୁବେଳେ ମାର୍ଗଦର୍ଶନ ଦେଉଥାନ୍ତୁ ଯେପରି ଆମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ସ୍ବପ୍ନ “ଏକ ଭାରତ, ଶ୍ରେଷ୍ଠ ଭାରତ”ର ଲକ୍ଷ୍ୟ ଦିଗରେ ଦେଶକୁ ଏକତ୍ରିତ କରିପାରିବୁ। ବିଶେଷ କରି ଏନେଇ ଶ୍ରୀ ପଣ୍ଡା ଆସାମ ଭୂମିରେ ନିଶ୍ଚିତ ଦୃଢ଼ ପଦକ୍ଷେପ ନେବେ ବୋଲି ସେ କହିଥିଲେ।

- Advertisement -

ସେହିପରି ଆଜି ସେ କରିମଗଞ୍ଜଠାରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନା ଓ ନିର୍ଣ୍ଣୟାତ୍ମକ ଭୂମିକା ବିଷୟରେ କହିଥିଲେ।  ଶୁକ୍ରବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ସୁଶାସନ ଦିବସ ଓ କୃଷି ସମ୍ମେଳନ ଇତ୍ୟାଦି କାର୍ଯ୍ୟକ୍ରମରେ ଶ୍ରୀ ପଣ୍ଡା ଭାଗ ନେବେ ଓ ଅନ୍ୟ କାର୍ଯ୍ୟକ୍ରମଗୁଡିକର ତଦାରଖ କରିବେ। ଏହାପରେ ଆସନ୍ତା ୨୬ ତାରିଖରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ମିଳିଛି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories